ETV Bharat / city

୧୩୦ ନୂଆ ସ୍କୁଲ 5T ଅଭିଯାନରେ ରୂପାନ୍ତରିତ

author img

By

Published : Nov 16, 2021, 9:08 PM IST

Updated : Nov 16, 2021, 10:11 PM IST

130 more schools Transformed into smart school in 5T campaign
୧୩୦ ନୂଆ ସ୍କୁଲ୍‌ 5T ଅଭିଯାନରେ ରୂପାନ୍ତରିତ

21:53 November 16

ପ୍ରଥମ ପର୍ଯ୍ୟାୟରେ ରାୟଗଡାର ୭ଟି ହାଇସ୍କୁଲ ରୂପାନ୍ତରିତ

ରାୟଗଡା: 5T ହାଇସ୍କୁଲ ରୂପାନ୍ତର ଅଭିଯାନର  ପ୍ରଥମ ପର୍ଯ୍ୟାୟରେ ରାୟଗଡାର ୭ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ମୁଖ୍ୟମନ୍ତ୍ରୀ ଭିଡିଓ କନଫେରେନ୍ସିଂ ମାଧ୍ୟମରେ ଏହିସବୁ ବିଦ୍ୟାଳୟ ଗୁଡ଼ିକର ଲୋକାର୍ପଣ କରିଛନ୍ତି ।

ଏହାକୁ ନେଇ ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏଥିରେ  ରାୟଗଡା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ଜଗନ୍ନାଥ ସାରକା, ରାଜ୍ୟ ସଭା ସାଂସଦ  ଏନ.ଭାସ୍କର ରାଓ , ରାୟଗଡା ବିଧାୟକ ମକରନ୍ଦ ମୁଦୁଲି, ଗୁଣୁପୁର ବିଧାୟକ ରଘୁନାଥ ଗମାଙ୍ଗ ଯୋଗ ଦେଇଥିଲେ ।  

ଏହାସହ ବିଭିନ୍ନ ବିଦ୍ୟାଳୟଗୁଡ଼ିକର ଶିକ୍ଷକଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ । ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।  

ରାୟଗଡ଼ାରୁ ରଞ୍ଜନ ରଥ, ଇଟିଭି ଭାରତ

21:32 November 16

ସମ୍ବଲପୁରରେ 25ଟି ଉଚ୍ଚ ବିଦ୍ୟାଳୟ 5Tରେ ରୂପାନ୍ତରିତ

ସମ୍ବଲପୁର: 5T ସ୍କୁଲ୍‌ ରୂପାନ୍ତରଣ କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲାର 25 ଟି ସ୍ମାର୍ଟ ଉଚ୍ଚ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି । ଏହାକୁ ନେଇ ରେଢାଖୋଲ ବିଧାନସଭା ନିର୍ବାଚନ ମଣ୍ଡଳୀ, ଯୁଜୁମୁରା ବ୍ଲକ, ମହୁଲପାଲିସ୍ଥିତ କସ୍ତୁରବା ଗାନ୍ଧୀ ମାତୃନିକେତନରେ ଏକ କାର୍ଯ୍ୟକ୍ରମ  ଆୟୋଜିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ଭର୍ଚ୍ଚୁଆଲ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଯୋଗ ଦେଇ ସ୍କୁଲ୍‌ ଲୋକାର୍ପଣ କରିଚନ୍ତି ।  

ଏହି କାର୍ଯ୍ୟକ୍ରମ ରେ ସମ୍ବଲପୁର ଜିଲ୍ଲାପାଳ ଶୁଭମ ଶକ୍ସେନା, ରେଢାଖୋଲ ବିଧାୟକ  ରୋହିତ ପୂଜାରୀ, କୁଚିଣ୍ଡା ବିଧାୟକ କିଶୋର ନାଏକ ପ୍ରମୁଖ ଉପସ୍ଥିତ ଥିଲେ । ଏହାସହ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ଓ କର୍ମଚାରୀଙ୍କ  ସହ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟିତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହିଥିଲେ।

ଏହି ରୂପାନ୍ତରିତ ସ୍କୁଲଗୁଡ଼ିକରେ ଘରୋଇ ସ୍କୁଲ ଭଳି ସବୁ ପ୍ରକାର ଅତ୍ୟାଧୁନିକ ଭିତ୍ତିଭୂମି ଉପଲବ୍ଧ ରହିଛି ।   ଏହାଦ୍ୱାରା ଶିକ୍ଷା ମାନ ମଧ୍ୟ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି ।

ସମ୍ବଲପୁରରୁ ବାଦଶାହ ଜୁସ୍ମନ ରଣା, ଇଟିଭି ଭାରତ

21:14 November 16

ନୟାଗଡ଼ରେ ୮ଟି ସ୍ମାର୍ଟ ହାଇସ୍କୁଲ ଲୋକାର୍ପିତ

ନୟାଗଡ଼ରେ ୮ଟି ସ୍ମାର୍ଟ ହାଇସ୍କୁଲ ଲୋକାର୍ପିତ

ନୟାଗଡ଼: ଜିଲ୍ଲାରେ ୮ଟି ସ୍ମାର୍ଟ ହାଇସ୍କୁଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ l ଏହାକୁ ନେଇ ନୟାଗଡ଼ ଓଡଗାଁ ବ୍ଳକ କୁରାଳରେ ଏକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଭର୍ଚ୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏଥିରେ ଯୋଗ ଦେଇ ୮ଟି ବ୍ଲକର ୮ଟି ସ୍ମାର୍ଟ ହାଇସ୍କୁଲକୁ ଉଦଘାଟନ କରିଛନ୍ତି । 

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାର ସମସ୍ତ ବିଧାୟକ, ମନ୍ତ୍ରୀ ଓ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ଏବଂ ଅଭିଭାବକମାନେ ଯୋଗ ଦେଇଥିଲେ । ଅତ୍ୟାଧୁନିକ ସ୍କୁଲଗୁଡ଼ିକରେ ବହୁ ସୁବିଧାସୁଯୋଗ ପାଇପାରିବେ ଛାତ୍ରଛାତ୍ରୀ  l ଇ-ଲାଇବ୍ରେରୀ, ସ୍ମାର୍ଟ କ୍ଲାସ୍‌ରୁମ୍‌, ଡିଜିଟାଲ ଡିସପ୍ଲେ ବୋର୍ଡ ଆଦିର ବ୍ୟାପକ ସୁବିଧା ରହିଛି l  

ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ

20:01 November 16

୫ଟି ଜିଲ୍ଲାର ୧୩୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ । 5T School Transformation କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲ ଲୋକାର୍ପଣ ଚାଲିଛି । ୭ ଦିନର ଏହି କାର୍ଯ୍ୟକ୍ରମରେ ଆଜି(ମଙ୍ଗଳବାର) ଚତୁର୍ଥ ଦିବସ । ଏହି ଅବସରରେ ନୂଆପଡ଼ା, ଗଞ୍ଜାମ, ସମ୍ଵଲପୁର, ରାୟଗଡ଼ା ଓ ନୟାଗଡ଼ ଜିଲ୍ଲାର ୧୩୦ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି । 

ନଭେମ୍ବର ୧୬ ସୁଦ୍ଧା ୫୩୧ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ଆଜି ଲୋକାର୍ପିତ ହୋଇଥିବା ୧୩୦ଟି ସ୍କୁଲ ମଧ୍ୟରୁ ନୂଆପଡାର ୭ଟି, ଗଞ୍ଜାମର ୮୩ଟି, ସମ୍ବଲପୁରର ୨୫ଟି, ନୟାଗଡ଼ର ୮ଟି ଓ ରାୟଗଡ଼ାର ୭ଟି ସ୍କୁଲ ରହିଛି । ଏହି ଅବସରରେ ଶିଶୁ ଦିବସ ପାଇଁ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଉତ୍କର୍ଷତା ପାଇଁ ପ୍ରତିଯୋଗୀ ମନୋଭାବର ବିକାଶ ଜରୁରୀ । ରୂପାନ୍ତର ପରେ ସ୍କୁଲର ପରିବେଶ ପିଲାଙ୍କ ଭିତରେ ପ୍ରତିଯୋଗୀ ମନୋଭାବକୁ ଅଧିକ ସୁଦୃଢ କରିଛି । ଶିକ୍ଷା କ୍ଷେତ୍ରରେ ରାଜ୍ୟରେ ଆରମ୍ଭ ହୋଇଥିବା ଏହି ନୂଆ ଯୁଗର ପୁରା ସୁଯୋଗ ନେବା ପାଇଁ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ଆହ୍ବାନ ଜଣାଇଛନ୍ତି । 

୨୪ ନଭେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ  ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ । ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।  ସ୍କୁଲରେ ତିଆରି ହୁଏ ଦେଶ ଓ ଜାତିର ଭବିଷ୍ୟତ ।  କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ । ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ । ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ଼ବଡ଼ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ଚ୍ୟାଲେଞ୍ଜକୁ ସାମ୍ନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢ଼ନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।” 

 ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମନ୍ତ୍ରୀ ଜଗନ୍ନାଥ ସାରକା, ସରକାରୀ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ, ବିଧାୟକ ରାଜେନ୍ଦ୍ର ଢୋଲକିଆ ଓ ସତ୍ୟନାରାୟଣ ସାହୁ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି କହିଛନ୍ତି । ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଛନ୍ତି ।
 
କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5ଟି ସଚିବ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର କାର୍ଯ୍ୟ ଶେଷ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସରକାରୀ ସ୍କୁଲରୁ ପାଠପଢି ସର୍ବଭାରତୀୟ ସେବାରେ ଯୋଗ ଦେଇ ଥିବା ଉତ୍ତରାଞ୍ଚଳ ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଓ special director PR &DW department ଅରବିନ୍ଦ ଡାକୁଆ ନିଷ୍ଠା ଓ ପରିଶ୍ରମ ଦ୍ବାରା ସବୁ କିଛି ହାସଲ କରିପାରିବା ବୋଲି ମତ ଦେଇଛନ୍ତି । ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ । 

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Nov 16, 2021, 10:11 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.