ETV Bharat / city

ଆଜି ୧୩୦ଟି ସ୍ମାର୍ଟ ସ୍କୁଲକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ

author img

By

Published : Nov 16, 2021, 8:37 AM IST

୫-ଟି School Transformation କାର୍ଯ୍ୟକ୍ରମରେ ୩୦ ଜିଲ୍ଲାରେ ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଚାଲିଛି । ଆଜି(ମଙ୍ଗଳବାର) ୫ ଜିଲ୍ଲାରେ ୧୩୦ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

ଆଜି ୧୩୦ଟି ସ୍ମାର୍ଟ ସ୍କୁଲକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ
ଆଜି ୧୩୦ଟି ସ୍ମାର୍ଟ ସ୍କୁଲକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରତି ପିଲା ଭିତରେ ରହିଛି ବିପୁଳ ପ୍ରତିଭା ଓ ସମ୍ଭାବନା । ଆଉ ସେହି ପ୍ରତିଭା ଓ ସମ୍ଭାବନାକୁ ସଫଳ କରିବାକୁ ଆଗେଇ ଆସିଛନ୍ତି ରାଜ୍ୟ ସରକାର । ବଦଳୁଛି ପିଲାଙ୍କ ଶିକ୍ଷା ମନ୍ଦିର । ନୂଆ ରୂପରେ ନୂଆ ରଙ୍ଗରେ ଚମକୁଛି ସେମାନଙ୍କ ବିଦ୍ୟାପୀଠ । ୫-ଟି School Transformation କାର୍ଯ୍ୟକ୍ରମରେ ୩୦ ଜିଲ୍ଲାରେ ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଚାଲିଛି । ଆଜି(ମଙ୍ଗଳବାର) ୫ ଜିଲ୍ଲାରେ ୧୩୦ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସ୍କୁଲରେ ତିଆରି ହୁଅନ୍ତି ଦେଶର ଭବିଷ୍ୟତ । ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ । ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ । ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଲକ୍ଷ୍ୟରେ ପ୍ରଥମେ ସ୍କୁଲର ବିକାଶ କରାଯାଉଛି । ଆଜି ଲୋକାର୍ପିତ ହେବାକୁ ଥିବା ସ୍କୁଲଗୁଡିକ ମଧ୍ୟରେ ନୂଆପଡାର ୭ଟି ହାଇସ୍କୁଲ, ସମ୍ମଲପୁରର ୨୭ଟି ସ୍କୁଲ, ଗଞ୍ଜାମର ୮୩ଟି, ରାୟଗଡାରେ ୭ଟି ଥିବା ନୟାଗଡରେ ୮ଟି ହାଇସ୍କୁଲ ରହିଛି । ଭିସି ଯୋଗେ ବିଦ୍ୟାଳୟଗୁଡିକ ଲୋକାର୍ପଣ ହେବାକୁ ଥିବା ବେଳେ ଜିଲ୍ଲା ସ୍ତରରେ ଏନେଇ ବିଶେଷ ଆୟୋଜନ କରାଯାଇଛି ।

ପ୍ରକାଶ ଥାଉ କି, ଗତ ନଭେମ୍ବର ୧୪ ତାରିଖରେ ବୌଦ୍ଧ ଜିଲ୍ଲା ୧୦ ହାଇସ୍କୁଲ, ସୋନପୁରର ୧୧ ହାଇସ୍କୁଲ, ଭଦ୍ରକର ୧୭ ହାଇସ୍କୁଲ ଓ କେନ୍ଦୁଝରର ୧୦୦ ହାଇସ୍କୁଲ ଓ ନଭେମ୍ବର ୧୧ ତାରିଖରେ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିସାରିଛନ୍ତି ମୁଖ୍ୟମନ୍ତ୍ରୀ । ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ବର ଆଦି ୫ଟି ଜିଲ୍ଲାର ଥିବା ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଥିଲେ ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.