ETV Bharat / city

ଗାନ୍ଧୀ ଜୟନ୍ତୀ ପାଳିବେ ରାଜ୍ୟ ସରକାର, ଆରମ୍ଭ ହେଲା ପ୍ରସ୍ତୁତି ବୈଠକ - ମହାତ୍ମା ଗାନ୍ଧୀ

ଅକ୍ଟୋବର 2ରେ ଜାତିର ଜନକଙ୍କ 150 ତମ ଜୟନ୍ତୀକୁ ମହା ସମାରୋହରେ ପାଳିବେ ରାଜ୍ୟ ସରକାର । ସ୍ବଂୟ ସହାୟକ ଗୋଷ୍ଠୀ ଠାରୁ ଆରମ୍ଭ କରି ବିଜୁ ଯୁବ ବାହିନୀକୁ ଏହି କାର୍ଯ୍ୟକ୍ରମରେ ସାମିଲ କରିବେ ସରକାର । ଏନେଇ ବୁଧବାର ଅନୁଷ୍ଠିତ ହୋଇଯାଇଛି ପ୍ରସ୍ତୁତି ବୈଠକ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର
author img

By

Published : Sep 11, 2019, 10:34 PM IST

ଭୁବନେଶ୍ବର: ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ । ବିଭିନ୍ନ ବିଭାଗର ସମନ୍ବିତ ଯୋଜନା କ୍ରମେ ଜନ୍ମବାର୍ଷିକୀକୁ ସମାରୋହ ଆକାରରେ ପାଳନ କରାଯିବ ବୋଲି ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପ୍ରକାଶ କରିଛନ୍ତି । ଅପରାହ୍ନରେ ଲୋକସେବା ଭବନରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ମନ୍ତ୍ରୀ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

150th-birth-anniversary
ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଗାନ୍ଧୀଙ୍କ ଜନ୍ମବାର୍ଷିକୀ ସମାରୋହ ପାଳନରେ ରାଜ୍ୟର ସମସ୍ତ ସ୍ବଂୟ ସହାୟକ ଗୋଷ୍ଠୀ, ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ବିଜୁ ଯୁବ ବାହିନୀର ଯୁବବର୍ଗଙ୍କୁ ସାମିଲ କରାଯାଇ ଏହାକୁ ସାମୁଦାୟିକ ସଂପୃକ୍ତି ଦିଆଯିବ ବୋଲି ପ୍ରକାଶ କରିଛନ୍ତି ମନ୍ତ୍ରୀ । ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଚିତ୍ରା ଅରୁମୁଗମ୍‌, ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସ୍ବତନ୍ତ୍ର ଶାସନ ସଚିବ ଅଶୋକ କୁମାର ନାୟକ, ଗ୍ରାମ୍ୟ ଉନ୍ନୟନ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ଅନୁପ କୁମାର ପାଣିଗ୍ରାହୀ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ ଶାସନ ସଚିବ ଅବନୀକାନ୍ତ ପଟ୍ଟନାୟକ, ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ବିଭାଗ ନିର୍ଦ୍ଦେଶକ ରାଜା ପରିଜାଙ୍କ ସମେତ ଅନ୍ୟାନ୍ୟ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

150th-birth-anniversary
ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର
150th-birth-anniversary
ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଆସନ୍ତା ଅକ୍ଟୋବର ୨ ତାରିଖ ଦିନ ଗାନ୍ଧୀ ଜୟନ୍ତୀକୁ ମହାସମାରୋହରେ ପାଳନ କରିବା ଓ ସେସବୁ କାର୍ଯ୍ୟକ୍ରମର ବ୍ୟାପକ ଭାବରେ ତୃଣମୂଳ ସ୍ତରରୁ ନାଗରିକଙ୍କ ସମେତ ଗାନ୍ଧୀବିଚାରସଂପନ୍ନ ବ୍ୟକ୍ତିମାନଙ୍କୁ ସଂପୃକ୍ତ କରିବା ନେଇ ବୈଠକରେ ଗୁରୁତ୍ବାରୋପ କରାଯାଇଛି । ରାଜଧାନୀ ଭୁବନେଶ୍ବରରେ ଜାତିର ଜନକଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ସଂପର୍କରେ ମଧ୍ୟ ଆଲୋଚନା ହୋଇଛି ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହ ପାଳନ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟସ୍ତରୀୟ କମିଟିର ପ୍ରଥମ ବୈଠକ ଗତ ସେପ୍ଟେମ୍ବର ୨୫ ତାରିଖରେ ଅନୁଷ୍ଠିତ ହୋଇଯାଇଛି । ପ୍ରାୟ ଶତାଧିକ ସଦସ୍ୟବିଶିଷ୍ଟ ଏହି କମିଟି ସାରା ରାଜ୍ୟରେ ସମାରୋହ ପାଳନ ନେଇ କାର୍ଯ୍ୟ କରୁଛନ୍ତି । ଏହା ବ୍ୟତୀତ କେତେକ ଉପସମିତି ମଧ୍ୟ ଗଠନ କରାଯାଇଛି । ଗତବର୍ଷ ଅକ୍ଟୋବର ୨ ତାରିଖ ଗାନ୍ଧୀଜୟନ୍ତୀଠାରୁ ଏଯାବତ୍‌ ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ସମସ୍ତ କାର୍ଯ୍ୟକ୍ରମ ଉପରେ ବୈଠକରେ ଦୃଶ୍ୟଶ୍ରାବ୍ୟ ଉପସ୍ଥାପନ କରାଯାଇଥିଲା ।

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ ଦୁଇବର୍ଷ ବ୍ୟାପୀ ପାଳିତ ହେଉଥିବା ସମାରୋହ ସଂପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଛନ୍ତି । ପରବର୍ତ୍ତୀ ସମୟରେ ବିଭିନ୍ନ ଉପସମିତି ଗୁଡ଼ିକର ବୈଠକ ମଧ୍ୟ ଅନୁଷ୍ଠିତ ହେବ ବୋଲି ବିଭାଗୀୟ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ବିଜୟ କୁମାର ନାୟକ ସୂଚନା ଦେଇଛନ୍ତି ।

ଭୁବନେଶ୍ବରରୁ ଜ୍ଞାମଦର୍ଶୀ ସାହୁ, ଇଟିଭି ଭାରତ

Intro:ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହ ବିଭିନ୍ନ ବିଭାଗର ସମନ୍ୱିତ ପ୍ରଯନି କ୍ରମେ ପାଳନ କରାଯିବ ବୋଲି ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପ୍ରକାଶ କରିଛନ୍ତି । ଆଜି ଅପରାହ@ରେ ଲୋକସେବା ଭବନରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ପାଣିଗ୍ରାହୀ ଏହି ସମାରୋହ ପାଳନରେ ରାଜ୍ୟର ସମସ୍ତ ସ୍ୱୟଂ ସହାୟକ ଗୋଷ୍ଠୀ, ଶିକ୍ଷାନୁଷ୍ଠାନ ଛାତ୍ରଛାତ୍ରୀ, ବିଜୁ ଯୁବବାହିନୀର ଯୁବବର୍ଗଙ୍କୁ ସାମିଲ କରାଯାଇ ଏହାକୁ ସାମୁଦାୟିକ ସଂପୃକ୍ତି ଦିଆଯିବ ବୋଲି ପ୍ରକାଶ କରିଛନ୍ତି । ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଚିତ୍ରା ଅରୁମୁଗମ୍‌, ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସ୍ୱତନ୍ତ୍ର ଶାସନ ସଚିବ ଅଶୋକ କୁମାର ନାୟକ, ଗ୍ରାମ୍ୟ ଉନ୍ନୟନ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଅନୁପ କୁମାର ପାଣିଗ୍ରାହୀ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ ଶାସନ ସଚିବ ଅବନୀକାନ୍ତ ପଟ୍ଟନାୟକ, ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ବିଭାଗ ନିର୍ଦ୍ଦେଶକ ରାଜା ପରିଜାଙ୍କ ସମେତ ଅନ୍ୟାନ୍ୟ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ । ଆସନ୍ତା ଅକେଫାବର ୨ ତାରିଖ ଦିନ ଗାନ୍ଧୀ ଜୟନ୍ତୀକୁ ମହାସମାରୋହରେ ପାଳନ କରିବା ଓ ସେସବୁ କାର୍ଯ୍ୟକ୍ରମର ବ୍ୟାପକ ଭାବରେ ତୃଣମୂଳ ସ୍ତରରୁ ନାଗରିକଙ୍କ ସମେତ ଗାନ୍ଧୀବିଚାରସଂପନ୍ନ ବ୍ୟକ୍ତିମାନଙ୍କୁ ସଂପୃକ୍ତ କରିବା ନେଇ ବୈଠକରେ ଗୁରୁତ୍ୱ ଆରୋପ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ଜାତିର ଜନକଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ସଂପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ଏଠାରେ ଉଲ୍ଲେଖଯୋଗ୍ୟ ଯେ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହ ପାଳନ ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟସ୍ତରୀୟ କମିଟିର ପ୍ରଥମ ବୈଠକ ଗତ ସେପେଫମ୍ବର ୨୫ ତାରିଖରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଥିଲା ଓ ପ୍ରାୟ ଶତାଧିକ ସଦସ୍ୟବିଶିଷ୍ଟ ଏହି କମିଟି ସାରା ରାଜ୍ୟରେ ସମାରୋହ ପାଳନ ନେଇ କାର୍ଯ୍ୟ କରୁଛି । ଏହା ବ୍ୟତୀତକେତେକ ଉପସମିତି ମଧ୍ୟ ଗଠନ କରାଯାଇଛି । ଗତବର୍ଷ ଅକେଫାବର ୨ ତାରିଖ ଗାନ୍ଧୀଜୟନ୍ତୀଠାରୁ ଏଯାବତ୍‌ ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ସମସ୍ତ କାର୍ଯ୍ୟକ୍ରମ ଉପରେ ବୈଠକରେ ଦୃଶ୍ୟଶ୍ରାବ୍ୟ ଉପସ୍ଥାପନ କରାଯାଇଥିଲା । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ମନୋରଞ୍ଜନ ପାଣିଗ୍ରାହୀ ଦୁଇବର୍ଷ ବ୍ୟାପୀ ପାଳିତ ହେଉଥିବା ସମାରୋହ ସଂପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିବାବେଳେ ପରବର୍ତ୍ତୀ ସମୟରେ ବିଭିନ୍ନ ଉପସମିତିଗୁଡ଼ିକର ବୈଠକ ମଧ୍ୟ ଅନୁଷ୍ଠିତ ହେବ ବୋଳି ବିଭାଗୀୟ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ବିଜୟ କୁମାର ନାୟକ ସୂଚନା ଦେଇଥିଲେ ।Body:ହହConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.