ETV Bharat / city

STATE CORONA DEATH, ଆଖି ବୁଜିଲେ ଆଉ ୨ ରୋଗୀ - ଆଖି ବୁଜିଲେ ୨ ରୋଗୀ

ରାଜ୍ୟରେ ତଳମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ରାଜ୍ୟରେ ଆଜି ଆଉ 2 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଅଧିକ ପଢନ୍ତୁ...

STATE CORONA DEATH, ଆଖି ବୁଜିଲେ ଆଉ ୨ ରୋଗୀ

author img

By

Published : Nov 13, 2021, 11:24 AM IST

ଭୁବନେଶ୍ବର: ରାଜ୍ୟରେ ତଳମୁହାଁ ରହିଛି କୋରୋନା ଜନିତ ମୃତ୍ୟୁସଂଖ୍ୟା । ରିପୋର୍ଟ ଅନୁସାରେ ରାଜ୍ୟରେ ଆଜି ଆଉ 2 ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ମୃତ୍ୟୁ ରିପୋର୍ଟକୁ ଆଧାର କରି ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା 8,375 କୁ ବୃଦ୍ଧି ହୋଇଛି ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ କୋରାପୁଟରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ଗଞ୍ଜାମରେ ସମୁଦାୟ ମୃତ୍ୟୁସଂଖ୍ୟା 480 ହୋଇଥିବାବେଳେ କୋରାପୁଟରେ ମୃତ୍ୟୁସଂଖ୍ୟା 79ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨47 କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ 37 ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା 10 ଲକ୍ଷ 45 ହଜାର 209 କୁ ବୃଦ୍ଧି ପାଇଛି । ଏପଟେ ଆଗକୁ ତୃତୀୟ ଲହର ବିପଦ ରହିଛି । ଶୀତଋତୁରେ ସଂକ୍ରମଣ ବୃଦ୍ଧି ହେବା ସମ୍ଭାବନା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.