ETV Bharat / city

ଖୁବଶୀଘ୍ର 17 ମୃତ ସାମ୍ବାଦିକ ପାଇବେ ୧୫ ଲକ୍ଷ, ମଞ୍ଜୁର ହେଲା 2 କୋଟି 55 ଲକ୍ଷ - Cm Naveen pattnaik

କୋରୋନା ମହାମାରୀ ସମୟରେ କାର୍ଯ୍ୟରତ ଥିବା ସାମ୍ବାଦିକଙ୍କ ପରିବାରକୁ ଆର୍ଥିକ ସହାୟତା ଦେବେ ରାଜ୍ୟ ସରକାର । ଅଧିକ ପଢନ୍ତୁ...

କୋଭିଡ୍‌ରେ ମୃତ୍ୟୁବରଣ କରିଥିବା 17 ସାମ୍ବାଦିକଙ୍କ ପାଇଁ 2 କୋଟି 55 ଲକ୍ଷ ମଞ୍ଜୁର

author img

By

Published : Jul 23, 2021, 6:26 PM IST

ଭୁବନେଶ୍ବର: କୋଭିଡ ଯୋଦ୍ଧାଙ୍କୁ ଖୁବଶୀଘ୍ର ମିଳିବ ଆର୍ଥିକ ସହାୟତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ କୋଭିଡ୍‌ ଯୋଗୁଁ ମୃତ୍ୟୁବରଣ କରିଥିବା ୧୭ ଜଣ କର୍ମଜୀବୀ ସାମ୍ବାଦିକଙ୍କ ପରିବାରକୁ 2 କୋଟି 55 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ମଞ୍ଜୁର କରିଛି । ଭୁବନେଶ୍ବରରୁ ୪, ବଲାଙ୍ଗୀର ଜିଲ୍ଲାରୁ ୩, ଗଞ୍ଜାମରୁ ୭, କଳାହାଣ୍ଡିରୁ ୧ ଓ ଯାଜପୁରରୁ ୨ ଜଣ କର୍ମଜୀବୀ ସାମ୍ବାଦିକ ଅନ୍ତର୍ଭୁକ୍ତ ଅଛନ୍ତି।

‘ଜି-ଓଡ଼ିଶା’ର ଭୁବନେଶ୍ବରରେ କାର୍ଯ୍ୟ କରୁଥିବା ସ୍ବର୍ଗତ ମାନସ ଜୟପୁରିଆ, ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ, ‘ଆଜିକାଲି’ର ସାମ୍ବାଦିକ ବିଜୟଲକ୍ଷ୍ମୀ ମହାନ୍ତି, ‘ଟାଇମସ୍‌ ଅଫ୍‌ ଇଣ୍ଡିଆ’ର ସ୍ବର୍ଗତ ପ୍ରୀତିମାନ୍‌ ମହାପାତ୍ରଙ୍କ ପରିବାରବର୍ଗ ୧୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପାଇବେ । ସେହିପରି ଗଞ୍ଜାମ ଜିଲ୍ଲାର ‘ଟିଭି ନ୍ୟୁଜ ୬’ର ସାମ୍ବାଦିକ ଗୋବିନ୍ଦ ବେହେରା, ‘ସମ୍ବାଦ’ର ପ୍ରଦୀପ କିଶୋର ସାହୁ, ‘ସମାଜ’ର କିଶୋର ଚନ୍ଦ୍ର ଦାଶ, ‘ଓଡ଼ିଶା ଫାଇଲସ୍‌’ର ନରେଶ କୁମାର ବେହେରା, ‘କଳିଙ୍ଗଜ୍ୟୋତି, ନନ୍ଦିନୀ’ର ସାମ୍ବାଦିକ ରତ୍ନାକର ମହାରଣା, ବ୍ଲକ୍‌ କରେସ୍‌ପଣ୍ଡେଣ୍ଟ ନିଳୟ ରଞ୍ଜନ ପଟ୍ଟନାୟକ, ‘ଅନୁପମ ଭାରତ’ର କରୁଣାକର ସାହୁ, ବଲାଙ୍ଗୀର ଜିଲ୍ଲାର ‘ସମ୍ବାଦ’ର ସାମ୍ବାଦିକ ଶୁଭ୍ରାଂଶୁ ଶେଖର ମିଶ୍ର ଏବଂ ଜତୀଶ ଚନ୍ଦ୍ର ଖମାରୀ, ‘ପ୍ରଗତିବାଦୀ’ର କୈଳାଶ ଚନ୍ଦ୍ର ସାହୁ, ‘ନକ୍ଷତ୍ର ଟିଭି’ର କଳାହାଣ୍ଡି ଜିଲ୍ଲା ପ୍ରତିନିଧି ଭାନୁପ୍ରକାଶ ରଥ, ଯାଜପୁର ଜିଲ୍ଲାର ‘ମନ୍ଥନ’ର ସାମ୍ବାଦିକ ଅଶୋକ କୁମାର ସାହୁ, ‘ଲୋକସଂପର୍କ’ର ସାମ୍ବାଦିକ ପ୍ରଭାତ କୁମାର ରାଉତରାୟଙ୍କ ନିକଟତମ ସଂପର୍କୀୟଙ୍କୁ ଏହି ଅନୁକମ୍ପାମୂଳକ ସହାୟତା ମିଳିବ ।

କୋଭିଡ୍‌ରେ ମୃତ୍ୟୁ ବରଣ କରିଥିବା ଆଉ କିଛି ସାମ୍ବାଦିକଙ୍କ ପ୍ରସ୍ତାବ ମଧ୍ୟ ବିଭାଗର ବିଚାରାଧୀନ ରହିଛି । ସେ ବାବଦରେ ଜିଲ୍ଲାସ୍ତରରେ ଅନୁସନ୍ଧାନ ଜାରି ରହିଛି । ଖୁବ୍‌ ଶୀଘ୍ର ଯୋଗ୍ୟ ବିବେଚିତ ପ୍ରସ୍ତାବଗୁଡ଼ିକୁ ମଞ୍ଜୁର କରାଯାଇ ଅନୁକମ୍ପା ରାଶି ପ୍ରଦାନ କରାଯିବା ପାଇଁ ପଦକ୍ଷେପ ନିଆଯିବ । ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.