ଭୁବନେଶ୍ବର: ରାଜ୍ୟରେ କୋଭିଡ ସ୍ଥିତି ପରିଚାଳନା ପାଇଁ 3 ଆଇଏଏସଙ୍କୁ ଦାୟିତ୍ବ ନ୍ୟସ୍ତ କରିଛନ୍ତି ରାଜ୍ୟ ସରକାର । ସାମାଜିକ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ଓ ଓଡିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ନିର୍ଦ୍ଦେଶକ ଲିଙ୍ଗରାଜ ପଣ୍ଡା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କୁ ସାହାଯ୍ୟ କରିବା ପାଇଁ ନିର୍ଦ୍ଦେଶ ରହିଛି । ଉଭୟେ ନିଜ ଦାୟିତ୍ବ ସମେତ ଏହି ଅତିରିକ୍ତ ଦାୟିତ୍ବ ବହନ କରିବେ ।
ସମାନ ଭାବେ ଓପେପା ନିର୍ଦ୍ଦେଶକ ଭାବେ ଦାୟିତ୍ବ ତୁଲାଉଥିବା ଭୂପେନ୍ଦ୍ର ସିଂ ପୁନିଆଙ୍କୁ ରାଜ୍ୟରେ ସ୍ବାସ୍ଥ୍ୟ କର୍ମୀଙ୍କୁ ତାଲିମ ଦେବା ପାଇଁ ସଂଯୋଜନା ଦାୟିତ୍ବ ନ୍ୟସ୍ତ କରାଯାଇଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ