ETV Bharat / city

ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ରେଡ଼ ୱାର୍ନିଙ୍ଗ - low pressure in odisha

ରାଜ୍ୟର ୪ ଜିଲ୍ଲାକୁ ରେଡ଼ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହା ପ୍ରଭାବରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ, କଚ୍ଚା ଘର ଭାଙ୍ଗିପାରେ ଏବଂ ଟ୍ରାଫିକ ସମସ୍ୟା ହେବାର ସମ୍ଭାବନା ରହିଛି।

ରେଡ଼ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର

author img

By

Published : Oct 22, 2020, 7:41 PM IST

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଉପକୂଳର ୪ଟି ଜିଲ୍ଲାକୁ ରେଡ଼ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା , ଅର୍ଥାତ୍ ୨୩ ଅକ୍ଟୋବର ଶୁକ୍ରବାର ସକାଳ ୮.୩୦ ମଧ୍ୟରେ ଉପକୂଳରେ ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ରେଡ଼ ଆଲର୍ଟ ଜାରି କରାଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଏହା ପ୍ରଭାବରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ, କଚ୍ଚା ଘର ଭାଙ୍ଗିପାରେ ଏବଂ ଟ୍ରାଫିକ ସମସ୍ୟା ହେବାର ସମ୍ଭାବନା ରହିଛି । ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଙ୍ଗ ଜାରି କରାଯାଇଛି ।

low pressure in odisha
ରେଡ଼ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର
low pressure in odisha
ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
low pressure in odisha
୪ ଜିଲ୍ଲାକୁ ରେଡ଼ ୱାର୍ନିଙ୍ଗ

ସେହିପରି ଗଞ୍ଜାମ, କଟକ, ଖୋର୍ଦ୍ଧା, ଯାଜପୁର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି ହୋଇଛି । ଏହି ସମୟରେ ଘଣ୍ଟା ପ୍ରତି ୪୦ ରୁ ୪୫ କିମି ବେଗରେ ପବନ ବହିବ। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଅବପାତ ପାରାଦୀପ ଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୧୮୦ କିମି ଦୂରରେ ସକ୍ରିୟ ରହିଛି ।

ଏହା ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୩୫୦ କିମି ଏବଂ ବାଂଲାଦେଶର ଖେପୁପୁର ଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୪୯୦ କିମି ଦୂରରେ ରହିଛି ।

ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବା ସହ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ଆସନ୍ତାକାଲି ୨୩ ଅକ୍ଟୋବର ଅପରାହ୍ନ ସମୟରେ ସାଗର-ଦ୍ଵୀପପୁଞ୍ଜ ଏବଂ ବାଂଲାଦେଶର ଖେପୁପାରା ଠାରେ ଉପକୂଳକୁ ଗଭୀର-ଅବପାତ ଭାବେ ଅତିକ୍ରମ କରିବାର ସମ୍ଭାବନା ରହିଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.