ETV Bharat / city

24 ଘଣ୍ଟାରେ 4 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା - ଦକ୍ଷିଣ ପଶ୍ଚିମ ମୌସୁମୀ

ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା । ଏହା ସହ 4 ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢ଼ନ୍ତୁ...

Rainfall in 4 districts, rainfall in odisha, heavy to very heavy rainfall, bhubaneswar Meteorological Centre, ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ପଶ୍ଚିମ ମୌସୁମୀ, ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର
4 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
author img

By

Published : Jun 14, 2021, 7:57 PM IST

ଭୁବନେଶ୍ବର: ସାରା ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରବେଶ କରି ସାରିଛି। ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ ଏବେ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଏହାର ଆଖପାଖରେ ରହିଥିବାରୁ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଓଡି଼ଶାର ଅଧିକାଂଶ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।

4 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟର ୪ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟାରେ ମଙ୍ଗଳବାର ସକାଳ ୮.୩୦ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସୁନ୍ଦରଗଡ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେପଟେ ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡି଼କୁ ୟେଲୋ ୱାର୍ନିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଓଡି଼ଶା ଉପକୂଳ ଓ ଉତ୍ତର ବଙ୍ଗୋପସାଗର ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ନକରିବାକୁ ପରାମର୍ଶ ଦିଆଯାଇଛି।

ଜୁନ ପହିଲାରୁ ଜୁନ ୧୪ ପର୍ଯ୍ୟନ୍ତ ସ୍ବାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି। ୯୫.୧ ମିମି ବର୍ଷା ଯାହା ସ୍ବାଭାବିକ ଠାରୁ ୩୪ ପ୍ରତିଶତ ଅଧିକ । ୫ ଜିଲ୍ଲାରେ ୨୧ ପ୍ରତିଶତ ବର୍ଷା ହୋଇଛି। ଗତ ୨୪ ଘଣ୍ଟାରେ ପୁରୀ ଜିଲ୍ଲା ଅସ୍ତରଙ୍ଗରେ ସର୍ବାଧିକ ୧୭୦.୦ ମିମି, କାକଟପୁରରେ ୧୨୯.୦ ମିମି, କଟକ ଜିଲ୍ଲା ନିଆଳିରେ ୯୫.୦ ମିମି ବର୍ଷା, ମାଥିଲିରେ ୮୮.୦ ମିମି, ତିଗିରିଆ ରେ ୮୨.୦ ମିମି, ଲମତାପୁଟ ୭୪.୦ ମିମି, କୋଲବିରା ୬୬.୪ ମିମି ବର୍ଷା ରେକର୍ଡ କରାଯାଇଛି।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.