ଭୁବନେଶ୍ବର: ଶହେ କ୍ଷମତାଶାଳୀ ଭାରତୀୟଙ୍କ ମଧ୍ୟରେ 4 ଓଡିଆ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ର, ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ମିଶ୍ର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଇଛନ୍ତି ସ୍ଥାନ । ଇଣ୍ଡିଆନ ଏକ୍ସପ୍ରେସ୍ ପକ୍ଷରୁ ପ୍ରକାଶ କରାଯାଇଛି ତାଲିକା ।
ତାଲିକାର 14 ନମ୍ବର ସ୍ଥାନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଥିବାବେଳେ 19 ନମ୍ବର ସ୍ଥାନରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ର ରହିଛନ୍ତି । ସେହିପରି ତାଲିକାର 29 ନମ୍ବର ସ୍ଥାନରେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 39 ନମ୍ବର ସ୍ଥାନରେ ରହିଛନ୍ତି।
ତେବେ କ୍ଷମତାଶାଳୀଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦ୍ବିତୀୟ ସ୍ଥାନରେ ଗୃହମନ୍ତ୍ରୀ ଅମିତ ଶାହ ଓ ତୃତୀୟ ସ୍ଥାନରେ ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ରଞ୍ଜନ ଗୋଗୋଇ ଅଛନ୍ତି ।
ଭୁବନେଶ୍ବରରୁ ତପନ ଦାସ, ଇଟିଭି ଭାରତ