ETV Bharat / city

24 ଘଣ୍ଟାରେ ରାଜ୍ୟରୁ 43 ମୁଣ୍ଡ ନେଲା କୋରୋନା

author img

By

Published : Jun 28, 2021, 9:41 AM IST

ଚିନ୍ତା ବଢାଉଛି କୋରୋନା ମୃତ୍ୟୁ । ଗତ 24 ଘଣ୍ଟା ମଧ୍ୟରେ 3319 ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 43 ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନାଜନିତ ମୃତ୍ୟୁ ସଂଖ୍ୟା 3930 କୁ ବୃଦ୍ଧି ପାଇଛି । ଅଧିକ ପଢନ୍ତୁ...

STATE CORONA DEATH: 24 ଘଣ୍ଟାରେ 43 ମୁଣ୍ଡ ନେଲା କୋରୋନା

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ଧରି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ବୃଦ୍ଧି ଲାଗି ରହିଥିବା ବେଳେ ଏପଟେ ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା । ଗତ 24 ଘଣ୍ଟା ମଧ୍ୟରେ 3319 ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 43 ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନାଜନିତ ମୃତ୍ୟୁ ସଂଖ୍ୟା 3930 କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ତେବେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 9 ଜଣ ରହିଥିବା ବେଳେ ବରଗଡ଼, ନୟାଗଡ଼ ଓ ପୁରୀରୁ 5 ଜଣ ଲେଖାଏଁ ରହିଛନ୍ତି । ସେହିପରି ସୁନ୍ଦରଗଡ଼ରୁ 4 ଜଣ ଏବଂ ଭଦ୍ରକ, କଟକ, ଗଞ୍ଜାମରୁ 3 ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାସହ ଢେଙ୍କାନାଳରୁ 2 ଜଣ ଏବଂ ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ତେବେ ନୂଆ 43 ମୃତକଙ୍କୁ ମିଶାଇ ରାଜ୍ୟରେ ସର୍ବମୋଟ 3930 ଜଣଙ୍କ ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ 9 ଲକ୍ଷ 3 ହଜାର 789 ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩2 ହଜାର 404ଟି ସକ୍ରିୟ ମାମଲା ରହିଥିବା ବେଳେ 8 ଲକ୍ଷ 67 ହଜାର 402ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ 1 କୋଟି 36 ଲକ୍ଷ 20 ହଜାର 526 ସାମ୍ପୁଲ ଟେଷ୍ଟ୍ ହୋଇସାରିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.