ETV Bharat / city

ଦ୍ୱିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରୀକରଣ: ତୃତୀୟ ଦିନରେ ୫ ଜିଲ୍ଲାର ୪୪୦ ସ୍କୁଲ ଲୋକାର୍ପିତ

author img

By

Published : Jun 4, 2022, 9:00 PM IST

୫ଟି ଜିଲ୍ଲାର ୪୪୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତରିତ । କେନ୍ଦୁଝର ଜିଲ୍ଲାର ୧୪୫, ସୁନ୍ଦରଗଡ଼ର ୧୮୦, ରାୟଗଡ଼ାର ୭୦ ଓ ନୂଆପଡ଼ାର ୪୫ଟି ହାଇସ୍କୁଲ ଲୋକାର୍ପିତ । ଅଧିକ ପଢ଼ନ୍ତୁ

ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରୀକରଣ: ତୃତୀୟ ଦିନରେ ୫ ଜିଲ୍ଲାର ୪୪୦ ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: ଦ୍ବିତୀୟ ପର୍ଯ୍ୟାୟର ତୃତୀୟ ଦିବସ (ଆଜି)ରେ ମୁଖ୍ୟମନ୍ତ୍ରୀ ୫ଟି ଜିଲ୍ଲାର ୪୪୦ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପଣ କରିଛନ୍ତି । ଏହି ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି । 5T ସଚିବ ଭି କେ ପାଣ୍ଡିଆନ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସମେତ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

କେନ୍ଦୁଝର ଜିଲ୍ଲାର ୧୪୫ଟି ହାଇସ୍କୁଲ, ସୁନ୍ଦରଗଡ଼ର ୧୮୦, ରାୟଗଡ଼ାର ୭୦ ଓ ନୂଆପଡ଼ାର ୪୫ଟି ହାଇସ୍କୁଲ ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପଣ ହୋଇଛି । ଏହି ପ୍ରକ୍ରିୟାର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ ଏବଂ ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ବିଧାୟକ ପ୍ରେମାନନ୍ଦ ନାୟକ, ଜଗନ୍ନାଥ ସାରକା, ରାଜେନ୍ଦ୍ର ଢୋଲକିଆ ଓ ସାରଦା ପ୍ରସାଦ ନାୟକ ପ୍ରମୁଖ ନିଜ ନିଜ ଅଞ୍ଚଳରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଉଦବୋଧନ ଦେଇଥିଲେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିବାବେଳେ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.