ETV Bharat / city

STATE CORONA DEATH: ପୁଣି 45 ଜୀବନ ନେଲା କୋରୋନା

ମୃତ୍ୟୁରେ ଲାଗୁନି ବ୍ରେକ୍ । ଗତ 24 ଘଣ୍ଟା ମଧ୍ୟରେ 2917 କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା 4154କୁ ବୃଦ୍ଧି । ଅଧିକ ପଢନ୍ତୁ...

STATE CORONA DEATH: ଗତ ୨୪ଘଣ୍ଟାରେ ୪୫ ଜଣଙ୍କ ଜୀବନ ନେଲା କୋରୋନା

author img

By

Published : Jul 3, 2021, 9:25 AM IST

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ଧରି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ବୃଦ୍ଧି ଲାଗି ରହିଥିବା ବେଳେ ଏପଟେ ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା । ଗତ 24 ଘଣ୍ଟା ମଧ୍ୟରେ 2917 କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା 4154କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ତେବେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 9 ଜଣ ରହିଥିବା ବେଳେ ବରଗଡ଼ ଓ କଟକରୁ ୫ ଲେଖାଏଁ ରହିଛନ୍ତି । ସେହିପରି ଢେଙ୍କାନାଳରୁ ୪ ଜଣ ରହିଥିବା ବେଳେ କୋରାପୁଟ, ସମ୍ବଲପୁର, ସୁବର୍ଣ୍ଣପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଛନ୍ତି । ଅନ୍ୟପଟେ ନୟାଗଡ଼, ପୁରୀ, ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ଅନୁଗୁଳ, ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ 9 ଲକ୍ଷ 19 ହଜାର 26 ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ 30 ହଜାର 557ଟି ସକ୍ରିୟ ମାମଲା ରହିଥିବା ବେଳେ 8 ଲକ୍ଷ 84 ହଜାର 262ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ 1 କୋଟି 39 ଲକ୍ଷ 79 ହଜାର 649 ସାମ୍ପୁଲ ଟେଷ୍ଟ୍ ହୋଇସାରିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.