ETV Bharat / city

CORONA DEATH: ୪୭ ଜୀବନ ନେଲା କିଲର ଭାଇରସ

author img

By

Published : Jun 26, 2021, 9:33 AM IST

ରାଜ୍ୟରେ ଏବେ ଚିନ୍ତା ବଢାଉଛି ମହାମାରୀ କୋରୋନା । ଗତ ୨୪ ଘଣ୍ଟା ମଧ୍ୟରେ ୩୫୫୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୭ ଜଣଙ୍କ ଜୀବନ ନେଇଛି କିଲର ଭାଇରସ । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୮୪୮କୁ ବୃଦ୍ଧି ପାଇଛି । ଅଧିକ ପଢନ୍ତୁ...

STATE CORONA DEATH: ୨୪ ଘଣ୍ଟାରେ ୪୭ ଜୀବନ ନେଲା କିଲର ଭାଇରସ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ ଏବେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଏପଟେ ଥମିବାର ନାଁ ଧରୁନି ମୃତ୍ୟୁ ସଂଖ୍ୟା । ମୃତ୍ୟୁର ବିଭିଷିକା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୫୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୭ ଜଣଙ୍କ ଜୀବନ ନେଇଛି କିଲର ଭାଇରସ । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୮୪୮କୁ ବୃଦ୍ଧି ପାଇଛି ।

ତେବେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ ବରଗଡ଼, କଟକ, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମରୁ, ପୁରୀ ଓ ସୁନ୍ଦରଗଡ଼ରୁ 3 ଜଣ ଲେଖାଏଁ ଏବଂ ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଏହାସହ ବାଲେଶ୍ବର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୂରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।

ତେବେ ନୂଆ 47 ମୃତକଙ୍କୁ ମିଶାଇ ରାଜ୍ୟରେ ସର୍ବମୋଟ ୩୮୪୮ ଜଣଙ୍କ ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୮ ଲକ୍ଷ ୯୭ ହଜାର ୦୬୨ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩ ହଜାର ୦୧୯ଟି ସକ୍ରିୟ ମାମଲା ରହିଥିବା ବେଳେ ୮ ଲକ୍ଷ ୬୦ ହଜାର ୧୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧ କୋଟି ୩୪ ଲକ୍ଷ ୮୬ ହଜାର ୦୮୨ ସାମ୍ପୁଲ ଟେଷ୍ଟ୍ ହୋଇସାରିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.