ଭୁବନେଶ୍ବର: ଦ୍ବିତୀୟ ପର୍ଯ୍ୟାୟର ଚତୁର୍ଥ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 490 ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ମୁଖ୍ୟମନ୍ତ୍ରୀ ୫ଟି ଜିଲ୍ଲାର 490 ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି । କେନ୍ଦ୍ରାପଡା ଜିଲ୍ଲାର 95ଟି ହାଇସ୍କୁଲ, କଟକର 135ଟି, କଳାହାଣ୍ଡିର 100ଟି, ଝାରସୁଗୁଡାର 70ଟି ଓ ବରଗଡର 90ଟି ହାଇସ୍କୁଲ ଲୋକାର୍ପିତ ହୋଇଛି ।
ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଛନ୍ତି ମନ୍ତ୍ରୀ ନବକିଶେର ଦାସ, ବିଧାୟକ ଧ୍ରୁବ ଚରଣ ସାହୁ, ବିଧାୟକ ଦେବୀ ପ୍ରସାଦ ମିଶ୍ର, କଳାହାଣ୍ଡି ଜିଲ୍ଲା ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ ଓ ବିଧାୟକ ଦେବେଶ ଆଚାର୍ଯ୍ୟ । ମୁଖ୍ୟମନ୍ତ୍ରୀଙ୍କ 5T କାର୍ଯ୍ୟକ୍ରମ ଶିକ୍ଷା କ୍ଷେତ୍ରରେ ଓଡିଶାକୁ ଶ୍ରେଷ୍ଠ କରି ଗଢ଼ି ତୋଳିବ ବୋଲି ମତ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5T ସଚିବ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଛନ୍ତି । ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିବାବେଳେ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଛନ୍ତି । ଏହି ଅବସରରେ ଆଲୋଚନାରେ ଭାଗ ନେଇ କେନ୍ଦ୍ରାପଡାରୁ ଅନନ୍ୟା, କଟକରୁ ସାନିୟା, କଳାହାଣ୍ଡିରୁ ଶିବାନୀ, ଝାରସୁଗୁଡାକୁ ପ୍ରଭାସିନୀ ଓ ବରଗଡରୁ ପରିଣୀତା ଆଦି ଛାତ୍ରଛାତ୍ରୀ ସେମାନଙ୍କ ବକ୍ତବ୍ୟରେ ସ୍କୁଲ ରୂପାନ୍ତର ଦ୍ୱାରା ସଫଳତା ଏବେ ସେମାନଙ୍କ ହାତମୁଠାରେ ବୋଲି ମତ ଦେଇଛନ୍ତି ।
ଇଟିଭି ଭାରତ, ଭୁବନେଶ୍ବର