ETV Bharat / city

STATE CORONA DEATH; ଆଖି ବୁଜିଲେ ୫ କୋରୋନା ଆକ୍ରାନ୍ତ - କୋରୋନା ଖବର

ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫ଜଣଙ୍କ ମୁଣ୍ଡ ନେଲା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା ୮୧୯୨ କୁ ବୃଦ୍ଧି ହୋଇଛି । ଅଧିକ ପଢନ୍ତୁ...

STATE CORONA DEATH ; ଆଖି ବୁଜିଲେ ୫ କୋରୋନା ଆକ୍ରାନ୍ତ

author img

By

Published : Sep 29, 2021, 10:07 AM IST

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ଖସିଥିଲେ ମଧ୍ୟ ୨ ଦିନ ହେବ ୫୦୦ ଉପରେ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଯାହା ଏବେ ଚିନ୍ତାର କାରଣ ପାଲଟିଛି । ଗତ କିଛି ଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ରିପୋର୍ଟ ଅନୁସାରେ ଦୈନିକ ୬୦ରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଏ ଧାରାରେ ବ୍ରେକ ଲାଗିଛି । ଲଗାତାର କିଛି ଦିନ ହେବ ଦୈନିକ ମୃତ୍ୟୁସଂଖ୍ୟା ୧୦ ତଳେ ରହୁଛି । ଆଜି(ବୁଧବାର) ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଭଦ୍ରକ, ଜଗତସିଂହପୁର, ପୁରୀରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨ ଜଣଙ୍କ ମୁଣ୍ତ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା ୮୧୯୨ କୁ ବୃଦ୍ଧି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୫୬୫ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୬୩ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ରହିଛନ୍ତି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୨୫,୮୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦,୨୨,୧୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ସଂକ୍ରମଣ କମିଛି ଓ ମୃତ୍ୟୁସଂଖ୍ୟାରେ ବି ହ୍ରାସ ହୋଇଛି । ହେଲେ ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.