ETV Bharat / city

5T ସଚିବଙ୍କ ବିକାଶ ମନ୍ତ୍ର: ଚାଷୀଙ୍କ ରୋଜଗାର ୩ ଗୁଣ ପାଇଁ 5T ଆଧାରରେ କାର୍ଯ୍ୟ କର - ୫T ସଚିବଙ୍କ ପରାମର୍ଶ

ରାଜ୍ୟରେ ପ୍ରାଣୀଜ ସଂପଦ ବୃଦ୍ଧି କ୍ଷେତ୍ରରେ ଯଥେଷ୍ଟ ଅଗ୍ରଗତି ହୋଇଛି । ଚାଷୀମାନଙ୍କ ରୋଜଗାର ଦୁଇ ଗୁଣ ବୃଦ୍ଧି ପାଇଁ ପ୍ରାଣୀସଂପଦର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଏବେ ସମୟ ଆସିଛି ଚାଷୀମାନଙ୍କ ରୋଜଗାର ୩ ଗୁଣ କରିବା । ଅଧିକ ପଢନ୍ତୁ

ଚାଷୀଙ୍କ ରୋଜଗାର ୩ ଗୁଣ ପାଇଁ  ୫-ଟି ସଚିବଙ୍କ ପରାମର୍ଶ

author img

By

Published : Sep 22, 2022, 9:07 AM IST

ଭୁବନେଶ୍ବର: ରାଜ୍ୟରେ ପ୍ରାଣୀଜ ସଂପଦ ବୃଦ୍ଧି କ୍ଷେତ୍ରରେ ଯଥେଷ୍ଟ ଅଗ୍ରଗତି ହୋଇଛି । ଚାଷୀମାନଙ୍କ ରୋଜଗାର ଦୁଇ ଗୁଣ ବୃଦ୍ଧି ପାଇଁ ପ୍ରାଣୀସଂପଦର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଏବେ ସମୟ ଆସିଛି ଚାଷୀଙ୍କ ରୋଜଗାର ୩ ଗୁଣ କରିବା । ସମସ୍ତ କର୍ମଚାରୀ ୫T ଉପକ୍ରମ ଅନୁସରଣ କରି କାର୍ଯ୍ୟ କଲେ ଏହା ସମ୍ଭବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନ ।

5T ସଚିବ ନବନିଯୁକ୍ତ ଅଧିକାରୀ ଓ କର୍ମଚାରୀ ମାନଙ୍କ ସହିତ ମତ ବିନିମୟ କରିଛନ୍ତି । ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ପ୍ରାଣୀ ଚିକିତ୍ସକ ପଦବୀକୁ ଗ୍ରୁପ-ବି ରୁ ଗ୍ରୁପ-ଏ କରିଛନ୍ତି । ଏ କ୍ଷେତ୍ର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି । ଚାଷୀମାନଙ୍କ ରୋଜଗାର ୩ ଗୁଣ କରିବା ପାଇଁ ବିଭାଗର ସମସ୍ତ କର୍ମଚାରୀ 5T ଉପକ୍ରମ ଅନୁସରଣ କରି କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଛନ୍ତି । ନବନିଯୁକ୍ତ ଅଧିକାରୀ ଓ କର୍ମଚାରୀ ଯେଭଳି ଏକ ସ୍ବଚ୍ଛ ପ୍ରକ୍ରିୟାରେ ନିଯୁକ୍ତି ପାଇ ନିଜର ଦକ୍ଷତାର ପରିଚୟ ଦେଇପାରିଛନ୍ତି, ସେହିଭଳି ଚାକିରି କ୍ଷେତ୍ରରେ ମଧ୍ୟ ସ୍ବଚ୍ଛତା ବଜାୟ ରଖି ରାଜ୍ୟବାସୀଙ୍କ ସେବା କରିବା ଜରୁରୀ ବୋଲି ସେ କହିଛନ୍ତି ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ପ୍ରାଣୀପାଳନ ଓ ମତ୍ସ୍ୟ ଉତ୍ପାଦନ ଗ୍ରାମୀଣ ପରିବାରକୁ ଜୀବିକା, ରୋଜଗାର, ପ୍ରୋଟିନ୍ ସପ୍ଲିମେଣ୍ଟେସନ୍ ଏବଂ ଖାଦ୍ୟ ନିରାପତ୍ତା ଯୋଗାଉଥିବାରୁ ପ୍ରାଣୀ ଚିକିତ୍ସକ, ପ୍ରାଣୀଧନ ନିରୀକ୍ଷକ ଏବଂ ମତ୍ସ୍ୟ ବିଶେଷଜ୍ଞଙ୍କ ଭୂମିକା ଅପରିହାର୍ଯ୍ୟ ହୋଇପଡିଛି । ପ୍ରାଣୀ ସ୍ବାସ୍ଥ୍ୟସେବା ପରିଚାଳନା, ଗ୍ରାମାଞ୍ଚଳ ଲୋକଙ୍କ ଜୀବିକା, ବିଶେଷକରି ମହିଳା ଏବଂ ଶିଶୁମାନଙ୍କ ପାଇଁ ପୁଷ୍ଟିକର ଖାଦ୍ୟ ସୁରକ୍ଷିତ କରିବା ପାଇଁ ପ୍ରାଣୀ ଚିକିତ୍ସକ ମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । କନିଷ୍ଠ ଯନ୍ତ୍ରୀମାନେ ରାଜ୍ୟରେ ମାଛ ଉତ୍ପାଦନ ବୃଦ୍ଧି ପାଇଁ ଭିତ୍ତିଭୂମି ନିର୍ମାଣରେ ସହଯୋଗ କରନ୍ତି ।

ପ୍ରାଣୀଧନ ନିରୀକ୍ଷକ ଓ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ମାନେ ତୃଣମୂଳ ସ୍ତରର ପ୍ରମୁଖ କର୍ମଚାରୀ ଯେଉଁମାନେ ଚାଷୀ ଏବଂ ସରକାରଙ୍କ ମଧ୍ୟରେ ଯୋଗସୂତ୍ର ସ୍ଥାପନ କରିଥାନ୍ତି । ସରକାରଙ୍କ ବିଭିନ୍ନ କାର୍ଯକ୍ରମ ଗୁଡିକର ସଫଳ ରୂପାୟନ ପାଇଁ ସେମାନେ କାର୍ଯ୍ୟ କରିଥାନ୍ତି । ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗରେ ବୁଧବାର ୮୦୪ କର୍ମଚାରୀ ନିଯୁକ୍ତ ହୋଇଛନ୍ତି । ୧୪୬ ପ୍ରାଣୀ ଚିକିତ୍ସକ, ୫୮୮ ପ୍ରାଣୀଧନ ନିରୀକ୍ଷକ, ୬୭ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ ୩ କନିଷ୍ଠ ଯନ୍ତ୍ରୀ ନିଯୁକ୍ତି ପତ୍ର ମିଳିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.