ETV Bharat / city

STATE CORONA DEATH: ଦିନକରେ ୬୬ ମୁଣ୍ଡ ନେଲା କିଲର ଭାଇରସ - କୋରୋନା ମୃତ୍ୟୁ ସଂଖ୍ୟା

୫ ହଜାର ପାର ହେଲା କୋରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୨୨୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣଙ୍କ ମୁଣ୍ଡ ନେଲା କିଲର ଭାଇରସ । ଅଧିକ ପଢନ୍ତୁ...

STATE CORONA DEATH: ଦିନକରେ ୬୬ ମୁଣ୍ଡ ନେଲା କିଲର ଭାଇରସ

author img

By

Published : Jul 18, 2021, 10:25 AM IST

ଭୁବନେଶ୍ୱର: ରାଜ୍ୟରେ ଗତ କିଛି ଦିନ ଧରି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ବୃଦ୍ଧି ଲାଗି ରହିଥିବା ବେଳେ ଏପଟେ ମୃତ୍ୟୁରେ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ୨୨୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣଙ୍କ ମୁଣ୍ଡ ନେଲା କିଲର ଭାଇରସ । ଫଳରେ ମୃତ୍ୟୁ ସଂଖ୍ୟା ୫ ହଜାର ପାର ହୋଇଛି । ଆଜିର ମୃତ୍ୟୁକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ଜଣ ରହିଥିବା ବେଳେ ଗଞ୍ଜାମରୁ ୮ ଏବଂ ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧରୁ ୫ ଜଣ, ବରଗଡ଼, ନୟାଗଡ଼ରୁ ୩ଜଣ ଲେଖାଏଁ ଏବଂ ଗଜପତି, ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ଏହାସହ ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ଯାଜପୁର, କନ୍ଧମାଳ, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୯ ଲକ୍ଷ ୫୪ ହଜାର ୩୨୬ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିମଧ୍ୟରୁ ୨୧ ହଜାର ୨୮୯ଟି ସକ୍ରିୟ ମାମଲା ୯ ଲକ୍ଷ ୨୭ ହଜାର ୯୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.