ETV Bharat / city

STATE CORONA DEATH: ପୁଣି ଗଲା 66 ଜୀବନ

author img

By

Published : Jul 15, 2021, 9:37 AM IST

ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ କମୁଥିବା ବେଳେ ମୃତ୍ୟୁରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ୨୧୧୦ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ ପ୍ରାଣ ହରାଇଛନ୍ତି । ଅଧିକ ପଢନ୍ତୁ...

STATE CORONA DEATH: ପୁଣି ଗଲା 66 ଜୀବନ
STATE CORONA DEATH: ପୁଣି ଗଲା 66 ଜୀବନ

ଭୁବନେଶ୍ବର: ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ କମୁଥିବା ବେଳେ ମୃତ୍ୟୁରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ୨୧୧୦ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୬୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ତେବେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ ରହିଥିବା ବେଳେ ବରଗଡ଼, ସୁନ୍ଦରଗଡ଼ରୁ ୧୦ ଜଣେ ଲେଖାଏଁ, ବାଲେଶ୍ବରରୁ ୮, ସମ୍ବଲପୁରରୁ ୭ଜଣ ରହିଛନ୍ତି । ସେହିପରି ଭଦ୍ରକ, ମୟୂରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୯ ଲକ୍ଷ ୪୭ ହଜାର ୮୫୯ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୨ ହଜାର ୨୯୯ଟି ସକ୍ରିୟ ମାମଲା ରହିଥିବା ବେଳେ 9 ଲକ୍ଷ 20 ହଜାର 646 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮୬୧ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.