ETV Bharat / city

STATE CORONA DEATH: ପୁଣି ୬୭ ମୁଣ୍ଡ ନେଲା କୋରୋନା

author img

By

Published : Jul 17, 2021, 10:06 AM IST

ରାଜ୍ୟରେ ଗତ କିଛି ଦିନ ଧରି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ବୃଦ୍ଧି ଲାଗି ରହିଥିବା ବେଳେ ଏପଟେ ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା । ଗତ 24 ଘଣ୍ଟା ମଧ୍ୟରେ ୨୧୮୨ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଅଧିକ ପଢନ୍ତୁ...

STATE CORONA DEATH: ପୁଣି ୬୭ ମୁଣ୍ଡ ନେଲା କୋରୋନା
STATE CORONA DEATH: ପୁଣି ୬୭ ମୁଣ୍ଡ ନେଲା କୋରୋନା

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ଧରି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ବୃଦ୍ଧି ଲାଗି ରହିଥିବା ବେଳେ ଏପଟେ ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା । ଗତ 24 ଘଣ୍ଟା ମଧ୍ୟରେ ୨୧୮୨ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୪୯୯୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୮, ସୁନ୍ଦରଗଡ଼ ଜିଲ୍ଲାରୁ ୭ ଏବଂ ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼ ଜିଲ୍ଲାରୁ ୪, ନୟାଗଡ଼ରୁ ୩ ଏବଂ ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର , କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୯ ଲକ୍ଷ ୫୨ ହଜାର ୧୧୧ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିମଧ୍ୟରୁ ୨୧ ହଜାର ୫୪୦ଟି ସକ୍ରିୟ ମାମଲା ୯ ଲକ୍ଷ ୨୫ ହଜାର ୫୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.