ETV Bharat / city

STATE CORONA DEATH; ଆଜି ୭ ଜଣଙ୍କ ଜୀବନ ନେଲା ମହାମାରୀ

author img

By

Published : Oct 2, 2021, 11:09 AM IST

ଗତ ୨୪ ଘଣ୍ଟା ମଧ୍ୟରେ ପୁଣି 7 ଜଣଙ୍କ ମୁଣ୍ଡ ନେଲା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୯କୁ ବୃଦ୍ଧି ପାଇଛି । ଅଧିକ ପଢନ୍ତୁ...

STATE CORONA DEATH; ଆଜି ୭ ଜଣଙ୍କ ଜୀବନ ନେଲା ମହାମାରୀ
STATE CORONA DEATH; ଆଜି ୭ ଜଣଙ୍କ ଜୀବନ ନେଲା ମହାମାରୀ

ଭୁବନେଶ୍ବର: ରାଜ୍ୟରେ ଖସିଛି ସଂକ୍ରମଣ । ମୃତ୍ୟୁ ସଂଖ୍ୟା ବି କମିଛି । ଗତ କିଛି ଦିନ ହେବ କୋରୋନା ମୃତ୍ୟୁ ରିପୋର୍ଟରୁ ଟିକେ ଆଶ୍ବସ୍ତି ମିଳିଛି । ଆଜି(ଶନିବାର) ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଇଛି ମହାମାରୀ କୋରୋନା ।

ସ୍ବାସ୍ଥ୍ୟ ବିଭାଗର ରିପୋର୍ଟ ଅନୁସାରେ ଆଜିର ମୃତକଙ୍କ ମଧ୍ୟରେ ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡାରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨ ଓ ସୁନ୍ଦରଗଡରୁ ୨ ଜଣଙ୍କ ମୁଣ୍ତ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୮ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫୭ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୭, ୪୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୩,୮୩୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩୩୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ସଂକ୍ରମଣ କମିଛି ଓ ମୃତ୍ୟୁସଂଖ୍ୟାରେ ବି ହ୍ରାସ ହୋଇଛି । ହେଲେ ବିପଦ ଟଳିନାହିଁ । ଆଗକୁ ତୃତୀୟ ଲହର ଆଶଙ୍କା ରହିଛି । ଏନେଇ ଅଧିକରୁ ଅଧିକ ସଚେତନତା ଅବଲମ୍ବନ କରିବାକୁ ପଡିବ ।

ବ୍ୟୁରୋ ରିପୋର୍ଟ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.