ETV Bharat / city

Weather Update: 18ରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ, ପ୍ରବଳ ବର୍ଷା ସମ୍ଭାବନା - ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଆଶଙ୍କା

ଆସନ୍ତା 18ରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଆଶଙ୍କା । ଅଧିକ ପଢ଼ନ୍ତୁ

a cyclone circulation is likely to form over north andaman sea
18ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ
author img

By

Published : Oct 14, 2022, 1:16 PM IST

Updated : Oct 14, 2022, 1:30 PM IST

ଭୁବନେଶ୍ବର: ଆସନ୍ତା 18ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଆଶଙ୍କା ରହିଥିବା ନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ (Bhubaneswar Meteorology Department) ସୂଚନା ଦେଇଛି । ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ । ସେହିପରି 20ରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

  • #୧୮ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ #ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି

    — Meteorological Centre, Bhubaneswar (@mcbbsr) October 14, 2022 " class="align-text-top noRightClick twitterSection" data=" ">

ସୃଷ୍ଟ ଘୁର୍ଣ୍ଣିବଳୟ ଅବପାତର ରୂପ ନେବାର ଆଶଙ୍କା ରହିଥିବା ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ସେପଟେ ଆଜି ଉତ୍ତରାଖଣ୍ଡ, ଉତ୍ତର ପ୍ରଦେଶ, ଗୁଜୁରାଟର ଅବଶିଷ୍ଟ ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସମ୍ପୂର୍ଣ୍ଣ ଭାବେ ଅପସାରଣ ହୋଇଥିବାବେଳେ ବିହାର, ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ମହାରାଷ୍ଟ୍ରରୁ ଆଂଶିକ ଭାବେ ଅପସାରଣ ହୋଇଛି ।

ଏହା ମଧ୍ୟ ପଢ଼ନ୍ତୁ: ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ବିକାଶ ପରିଷଦ ପୁନର୍ଗଠିତ

ଆଗାମୀ ତିନିଦିନ ମଧ୍ୟରେ ପୂର୍ବ-ଭାରତର ଆହୁରି ଅନେକ ଅଞ୍ଚଳରୁ ମୌସୁମୀ ଅପସାରଣ ହେବା ପାଇଁ ପାଗ ଧୀରେ ଧୀରେ ଅନୁକୂଳ ହେଉଛି । ମୌସୁମୀ ପ୍ରଭାବରେ ରାଜ୍ୟର କଟକ ଜିଲ୍ଲାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି । ଅମଳ ଉପଯୋଗୀ ପନିପରିବା ତଥା ଫସଲ ଅମଳ କରି ସୁରକ୍ଷିତ ସ୍ଥାନରେ ରଖିବାକୁ ସତର୍କ ଜାରି କରାଯାଇଛି ।

Last Updated : Oct 14, 2022, 1:30 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.