ETV Bharat / city

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, 24 ଘଣ୍ଟାରେ ଅବପାତ ସମ୍ଭାବନା - odisha weather update

ଉତ୍ତର-ପୂର୍ବ ଏବଂ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l ଅଧିକ ପଢନ୍ତୁ

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
author img

By

Published : Aug 18, 2022, 10:18 AM IST

ଭୁବନେଶ୍ବର: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର-ପୂର୍ବ ଏବଂ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l ଦକ୍ଷିଣ ମିଆଁମାର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଥିଲା ଘୂର୍ଣ୍ଣିବଳୟ । ଆଗାମୀ 12 ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସୁଦୃଶ ଲଘୁଚାପ ଏବଂ 24 ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୁପ ନେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ୍‌ କରି ସୂଚନା ଦେଇଛି । ଲଘୁଚାପ ପ୍ରଭାବରେ ଆସନ୍ତା 3ଦିନ ପ୍ରବଳ ବର୍ଷା ହେବ । ବର୍ଷା ହେଲେ ପାଣିର ପରିମାଣ ବୃଦ୍ଧି ପାଇବ । ବନ୍ୟା ସ୍ଥିତି ଆହୁରି ସଙ୍ଗୀନ ହେବା ଆଶଙ୍କା କରାଯାଉଛି ।

  • ଉତ୍ତର-ପୂର୍ବ ଏବଂ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l ଆଗାମୀ 12 ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସୁଦୃଶ ଲଘୁଚାପ ଏବଂ 24 ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତ ର ରୁପନେବାର ସମ୍ଭାବନା pic.twitter.com/UsBh90ajVB

    — Meteorological Centre, Bhubaneswar (@mcbbsr) August 18, 2022 " class="align-text-top noRightClick twitterSection" data=" ">

ଏହା ବି ପଢନ୍ତୁ...ରାଜଧାନୀ ଉପକଣ୍ଠରେ ପସିଲା ବନ୍ୟା ଜଳ, ହନ୍ତସନ୍ତ ଲୋକେ

ପାଣିପାଗ ବିଭାଗର ସୂଚନା ଅନୁସାରେ, ରାଜ୍ୟରେ ୧୮ ଓ ୧୯ ଓ୨୦ ତାରିଖ ତିନି ଦିନ ବର୍ଷା ହେବ । ଆସନ୍ତାକାଲି ବର୍ଷାର ପରିମାଣ ଅଧିକ ରହିବ । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୧୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୦ ତାରିଖରେ ପଶ୍ଚିମ ଓଡିଶାର ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମହାନଦୀ ଉପର ମୁଣ୍ଡରେ ବର୍ଷାହେବା ସହ ନଦୀର ଜଳସ୍ତର ବୃଦ୍ଧି ପାଇବ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.