ETV Bharat / city

କଟକ ଖାନନଗରରେ ହେବ ଅତ୍ୟାଧୁନିକ ବସ ଟର୍ମିନାଲ, ଖର୍ଚ୍ଚ ହେବ ୬୫ କୋଟି

author img

By

Published : Jan 13, 2021, 7:50 PM IST

ନେତାଜୀ ସୁଭାଷ ବୋଷଙ୍କ ନାମରେ ନାମିତ ହେବ ଏହି ବସ ଟର୍ମିନାଲ। ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା। 12 ଏକର ଜମିରେ ନିର୍ମିତ ହେବ ଏହି ଅତ୍ୟାଧୁନିକ ବସ ଟର୍ମିନାଲ।

ଖାନନଗରରେ ହେବ ଅତ୍ୟାଧୁନିକ ବସ ଟର୍ମିନାଲ
ଖାନନଗରରେ ହେବ ଅତ୍ୟାଧୁନିକ ବସ ଟର୍ମିନାଲ

କଟକ: କଟକ ଖାନନଗରଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ ଟର୍ମିନାଲ। ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା। 12 ଏକର ଜମିରେ ନିର୍ମିତ ହେବ ଏହି ଅତ୍ୟାଧୁନିକ ବସ ଟର୍ମିନାଲ। ନେତାଜୀ ସୁଭାଷ ବୋଷଙ୍କ ନାମରେ ନାମିତ ହେବ ଏହି ବସ ଟର୍ମିନାଲ।

ମହାନ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ କରାଯିବ।

ସୂଚନାଯୋଗ୍ୟ ଯେ, ଆଗାମୀ ଜାନୁଆରୀ ୨୩ ତାରିଖରେ ନେତାଜୀଙ୍କ ଜୟନ୍ତୀ ପାଳନ କରାଯିବ ଏବଂ ଚଳିତବର୍ଷ ସମଗ୍ର ଦେଶ ନେତାଜୀଙ୍କର ୧୨୫ତମ ଜୟନ୍ତୀ ପାଳନ କରିବାକୁ ଯାଉଛି। ଆମ ସ୍ବାଧୀନତା ସଂଗ୍ରାମର ଅନ୍ୟତମ ସେନାପତି ଓ ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷଚନ୍ଦ୍ର ବୋଷ କଟକ ଓଡିଆ ବଜାରରେ ଜନ୍ମଗ୍ରହଣ କରିଥିଲେ ଏବଂ କଟକରେ ବାଲ୍ୟ ଶିକ୍ଷାଲାଭ କରିଥିଲେ।

ବାଦାମବାଡି ବସ୍‌ଷ୍ଟାଣ୍ଡ ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ଜନସାଧାରଣ ଓ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ଖାନନଗରରେ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲରେ ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ବତନ୍ତ୍ର କିଓସ୍କ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ. ପାଣ୍ଡିଆନ ସଞ୍ଚାଳନା କରିଥିଲେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏବଂ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର, କଟକ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ । ପୂର୍ତ୍ତ ସଚିବ ଏହି ପ୍ରକଳ୍ପ ସଂପର୍କରେ ଉପସ୍ଥାପନା ରଖିଥିଲେ।

ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.