ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତାକାଲି(ଶନିବାର) ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ବାଂଲାଦେଶ ଆଡ଼କୁ ଗତି କରିବା ସମ୍ଭାବନା ରହିଛି ବୋଲି ଆଇଏମଡି ଆକଳନ କରିଛି ।
ଏପରିକି ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ । ତେବେ ଓଡିଶା ପାଇଁ କୌଣସି ସତର୍କ ସୂଚନା ନାହିଁ ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ