ETV Bharat / city

ବାତ୍ୟା ‘ୟସ’ କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ ମାଗିଲେ କୃଷି ମନ୍ତ୍ରୀ

author img

By

Published : May 27, 2021, 12:46 PM IST

ବାତ୍ୟା ‘ୟସ’ ପ୍ରଭାବିତ ଜିଲ୍ଲା ଗୁଡିକରେ କୃଷି ଓ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ଆକଳନ କରିବାକୁ କହିଛନ୍ତି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଅରୁଣ କୁମାର ସାହୁ । ଅଧିକ ପଢନ୍ତୁ...

କୃଷି ମନ୍ତ୍ରୀ
କୃଷି ମନ୍ତ୍ରୀ

ଭୁବନେଶ୍ବର: ବାତ୍ୟା ‘ୟସ’ ପ୍ରଭାବିତ ଜିଲ୍ଲା ଗୁଡିକରେ କୃଷି ଓ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ଆକଳନ କରିବାକୁ କହିଛନ୍ତି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଅରୁଣ କୁମାର ସାହୁ । ଏନେଇ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏ ସମ୍ପର୍କିତ ପ୍ରାଥମିକ ରିପୋର୍ଟ ତୁରନ୍ତ ପ୍ରଦାନ କରିବା ପାଇଁ ମନ୍ତ୍ରୀ କହିଛନ୍ତି ।

ଆଜି ପୂର୍ବାହ୍ନରେ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ବୈଠକରେ ମନ୍ତ୍ରୀ ବାତ୍ୟା ପ୍ରଭାବିତ ଜିଲ୍ଲାରେ କୃଷି, ଉଦ୍ୟାନ କୃଷି , ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଆଦିର କ୍ଷୟକ୍ଷତି ସମ୍ପର୍କରେ ବିଭାଗୀୟ ସଚିବ ଓ ନିର୍ଦ୍ଦେଶକ ମାନଙ୍କ ସହିତ ଆଲୋଚନା କରିଥିଲେ । ଜିଲ୍ଲା ଅଧିକାରୀ ମାନେ ତୁରନ୍ତ ବାତ୍ୟା ପ୍ରଭାବିତ ଅଞ୍ଚଳ ଗୁଡିକ ପରିଦର୍ଶନ କରି କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ ପଠାଇବା ପାଇଁ ମନ୍ତ୍ରୀ କହିଥିଲେ । ବିଭିନ୍ନ ଜିଲ୍ଲାରୁ ପ୍ରାଥମିକ ରିପୋର୍ଟ ହସ୍ତଗତ ହେବା ପରେ ଏ ଦିଗରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଥିଲେ ।

ପାଣି ସମ୍ପୂର୍ଣ୍ଣ ଛାଡିଗଲେ ପୂର୍ଣ୍ଣାଙ୍ଗ ରିପୋର୍ଟ ପ୍ରଦାନ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିସହିତ ଗୃହ ପାଳିତ ପଶୁ ଓ କୁକୁଡ଼ା ଫାର୍ମ କ୍ଷତିଗ୍ରସ୍ତ ହୋଇଥିଲେ ତା'ର ରିପୋର୍ଟ ପ୍ରଦାନ କରିବା ପାଇଁ ମନ୍ତ୍ରୀ କହିଥିଲେ। ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସଚିବ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର କମିଶନର ତଥା ଶାସନ ସଚିବ ଆର ରଘୁ ପ୍ରସାଦ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ଼ଃ ଏମ୍ ମୁଥୁକୁମାର, ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା ଯୋଗ ଦେଇ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.