ETV Bharat / city

କ୍ଷୟକ୍ଷତିର ରିପୋର୍ଟ ସପ୍ତାହ ମଧ୍ୟରେ ଦାଖଲ ନିର୍ଦ୍ଦେଶ - କ୍ଷୟକ୍ଷତି ରିପୋର୍ଟ ଅଗଷ୍ଟ ୨୭ ସୁଦ୍ଧା ଦାଖଲ ପାଇଁ ନିର୍ଦ୍ଦେଶ

ଚଳିତ ବନ୍ୟାରେ ଫସଲର ସ୍ଥିତି ଏବଂ ପ୍ରାଣୀଧନର ସୁରକ୍ଷା ନିମନ୍ତେ ନିଆଯାଉଥିବା ପଦକ୍ଷେପ ଓ ବିଭିନ୍ନ ଜିଲ୍ଲାରେ ବନ୍ୟାର ସ୍ଥିତି ସଂପର୍କରେ ଆଜି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । କୃଷି, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଓ ସମସ୍ତ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ, ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଥିଲେ । ଅଧିକ ପଢନ୍ତୁ

କ୍ଷୟକ୍ଷତିର ରିପୋର୍ଟ ଅଗଷ୍ଟ ୨୭ ସୁଦ୍ଧା ଦାଖଲ କରିବାକୁ ନିର୍ଦ୍ଦେଶ

author img

By

Published : Aug 20, 2022, 10:49 PM IST

Updated : Aug 20, 2022, 11:02 PM IST

ଭୁବନେଶ୍ବର: ଚଳିତ ବନ୍ୟାରେ ଫସଲର ସ୍ଥିତି ଏବଂ ପ୍ରାଣୀଧନର ସୁରକ୍ଷା ନିମନ୍ତେ ନିଆଯାଉଥିବା ପଦକ୍ଷେପ ଓ ବିଭିନ୍ନ ଜିଲ୍ଲାରେ ବନ୍ୟାର ସ୍ଥିତି ସଂପର୍କରେ ଆଜି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । କୃଷି, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଓ ସମସ୍ତ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ, ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଥିଲେ । ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ, ମୁଖ୍ୟ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଓ ଜିଲ୍ଲା ମତ୍ସ୍ୟ ଅଧିକାରୀମାନେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇଛନ୍ତି ।

ଏନଡିଆରଏଫ/ଏସଡିଆରଏଫର ମାର୍ଗଦର୍ଶିକା ଅନୁସାରେ ବନ୍ୟା ପ୍ରଭାବିତ ଅଞ୍ଚଳରେ ଯୁଗ୍ମ ଫସଲ କ୍ଷୟକ୍ଷତିର ତୁରନ୍ତ ଆକଳନ କରି ଅଗଷ୍ଟ ୨୭ ତାରିଖ ସୁଦ୍ଧା ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଯେଉଁଠାରେ ବନ୍ୟାଜଳ ଛାଡ଼ି ନଥିବ ଏବଂ କ୍ଷୟକ୍ଷତିର ଆକଳନ ସମ୍ଭବ ହେଉନଥିବ ସେ କ୍ଷେତ୍ରରେ ଅଗଷ୍ଟ ୩୦ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ କ୍ଷତିଗ୍ରସ୍ତ ଉଠା ଜଳସେଚନ ପଏଣ୍ଟଗୁଡ଼ିକର ରିପୋର୍ଟ ମଧ୍ୟ ଦାଖଲ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟା ପ୍ରଭାବିତ ଅଞ୍ଚଳରେ ସଅଳ କିସମର ଧାନ ବିହନର ଆବଶ୍ୟକତା ଏବଂ ଅଣଧାନ ଫସଲ ଯଥା ଡାଲି, ତୈଳବୀଜ, ପନିପରିବା ବିହନର ଆବଶ୍ୟକତା ଆକଳନ କରି ସଂପୃକ୍ତ ନିର୍ଦ୍ଦେଶାଳୟଗୁଡ଼ିକୁ ଜଣାଇବା ପାଇଁ କୁହାଯାଇଛି ।

ବନ୍ୟା ଯୋଗୁଁ କୃଷି ସାମଗ୍ରୀ ବିହନ, ସାର ଏବଂ କୀଟନାଶକ ଔଷଧ ଗଚ୍ଛିତ ରଖିବାରେ କୌଣସି ଅସୁବିଧା ସଂପର୍କରେ ଅନୁଧ୍ୟାନ କରିବା ପାଇଁ କ୍ଷେତ୍ର ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବନ୍ୟା ପରିସ୍ଥିତିରେ ଫସଲରେ ରୋଗପୋକ ଲାଗିବାର ଆଶଙ୍କା ଥିବାରୁ ରୋଗପୋକ ନିରୀକ୍ଷଣ ଓ ନିୟନ୍ତ୍ରଣ ବ୍ୟବସ୍ଥାକୁ ତ୍ୱରାନ୍ୱିତ କରିବାକୁ ବୈଠକରେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ସେହିପରି ମଧୁର ଜଳ ଓ କ୍ଷାରି ପାଣିର ଜଳାଶୟର ଜଳସ୍ତରକୁ କମ କରିବା ଓ ଜଳାଶୟ ଚାରିପଟେ ନେଟ୍‌ ଲଗାଇବା ନିମନ୍ତେ ପଦକ୍ଷେପ ନିଆଯାଇଥିବାବେଳେ ବିଭାଗୀୟ ବରିଷ୍ଠ ଅଧିକାରୀମାନଙ୍କୁ ପ୍ରଭାବିତ ଜିଲ୍ଲାଗୁଡ଼ିକୁ ପଠା ଯାଇଛି । ସମସ୍ତ ମାଛଧରା ଡଙ୍ଗାଗୁଡ଼ିକୁ ନିରାପଦ ସ୍ଥାନକୁ ଫେରାଇ ଆଣିବା ପାଇଁ ପଦକ୍ଷେପ ନିଆଯାଇଛି । କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ପୁରୀ ଜିଲ୍ଲାର ଉଭୟ ସରକାରୀ ଓ ବେସରକାରୀ ମତ୍ସ୍ୟ ଫାର୍ମଗୁଡ଼ିକର କ୍ଷୟକ୍ଷତିର ସଠିକ ଆକଳନ କରିବା ପାଇଁ କ୍ଷେତ୍ର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଏହିସବୁ ଜିଲ୍ଲାର ଜିଲ୍ଲା ମତ୍ସ୍ୟ ଅଧିକାରୀମାନେ ଅଧିକ କ୍ଷତିଗ୍ରସ୍ତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରି କ୍ଷୟକ୍ଷତିର ଆକଳନ କରିବା ପାଇଁ ବୈଠକରେ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ କ୍ଷୟକ୍ଷତିର ରିପୋର୍ଟ ଅଗଷ୍ଟ ୨୭ ତାରିଖ ସୁଦ୍ଧା ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପ୍ରାଣୀଧନର ସୁରକ୍ଷା କ୍ଷେତ୍ରରେ ଚିକିତ୍ସା ଓ ଟୀକାକରଣ ଆଦି କ୍ଷେତ୍ରରେ ୧୫ ଦିନ ପାଇଁ ୟୁଜର୍ସ ଫି ଛାଡ଼ କରାଯାଇଥିବାବେଳେ ପ୍ରଭାବିତ ଅଞ୍ଚଳରେ ଗୋଖାଦ୍ୟ ଯୋଗାଇ ଦିଆଯାଉଛି । ଅଦ୍ୟାବଧି ଓମଫେଡର ଗୋଖାଦ୍ୟ ପ୍ଲାଣ୍ଟରୁ ୮୨୨.୬୪ ମେଟି୍ରକ୍‌ ଟନ୍‌ ଗୋଖାଦ୍ୟ ଉଦ୍ଦିଷ୍ଟ ବ୍ଲକଗୁଡ଼ିକୁ ଯୋଗାଇ ଦିଆଯାଇଛି ଏବଂ ଅବଶିଷ୍ଟ ୪୧.୨୮ ମେଟି୍ରକ୍‌ ଟନ ଗୋଖାଦ୍ୟ ପଠା ଯାଇଛି । ଅତିରିକ୍ତ ଗୋଖାଦ୍ୟର ବାସ୍ତବିକ ଆକଳନ କରିବା ପାଇଁ ମନ୍ତ୍ରୀ କ୍ଷେତ୍ର ଅଧିକାରୀମାନଙ୍କୁ କହିଛନ୍ତି । ବନ୍ୟା ପରବର୍ତ୍ତୀ ପରିସ୍ଥିତିରେ କୌଣସି ରୋଗ ବ୍ୟାପିବାକୁ ଏଡାଇବା ପାଇଁ ବ୍ୟାପକ ଚିକିତ୍ସା ଓ ଟୀକାକରଣ ଶିବିର ଆୟୋଜନ କରିବା ପାଇଁ କ୍ଷେତ୍ର ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Aug 20, 2022, 11:02 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.