ଭୁବନେଶ୍ବର: ରାଜ୍ୟବ୍ୟାପୀ ବନ୍ଦ ଡାକରା ଦେଇଛି କଂଗ୍ରେସ । ସୋମବାର କଂଗ୍ରେସ ପକ୍ଷରୁ ବନ୍ଦ ପାଳନ କରାଯିବ । ଏହି ବନ୍ଦ ସମୟରେ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ । ଏନେଇ ଉଚ୍ଚଶିକ୍ଷା ବିଭାଗ ଟ୍ବିଟ ଯୋଗେ ସୂଚନା ଦେଇଛି ।
ସୂଚନା ଅନୁଯାୟୀ ଆସନ୍ତାକାଲି(ସୋମବାର) ଅହେତୁକ ଦରଦାମ୍ ବୃଦ୍ଧିକୁ ନେଇ କଂଗ୍ରେସ ବନ୍ଦ ଡାକରା ଦେଇଛି । ଏହି ବନ୍ଦ ସମୟରେ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଏବଂ ବିଶ୍ବ ବିଦ୍ୟାଳୟକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ । ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବନ୍ଦ ପାଳନ ସମୟରେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧିନରେ ଆସୁଥିବା ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ବିଭାଗ ।
ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ