ଭୁବନେଶ୍ବର: କୋରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ଆଉ ଏକ ବଡ ନିଷ୍ପତ୍ତି । ରାଜ୍ୟର ସମସ୍ତ ଜିଲ୍ଲାରେ ଥିବା ଆହାର କେନ୍ଦ୍ର ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ଏନେଇ ପୌର ନିର୍ଦ୍ଦେଶକ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି ।
ତେବେ ହସ୍ପିଟାଲ ପରିସରରେ ଓ ପାଖରେ ଥିବା ଆହାର କେନ୍ଦ୍ର ବନ୍ଦ ହେବ ନାହିଁ । ଅନ୍ୟପଟେ ଏହି ନିର୍ଦ୍ଦେଶକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ କୁହାଯାଇଛି।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ