ETV Bharat / city

28ରେ ପୁଣି ଏକ ଲଘୁଚାପ, ଉତ୍ତର ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ - ପାଣିପାଗ ଖବର

ରାଜ୍ୟରେ ପୁଣି ଲଘୁଚାପ ଜନିତ ବର୍ଷା ସମ୍ଭାବନା । ଉତ୍ତର ବଙ୍ଗୋପସାଗର ତଥା ଏହାର ଆଖପାଖ ଅଞ୍ଚଳରେ ଜୁଲାଇ ୨୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢ଼ନ୍ତୁ...

28ରେ ପୁଣି ଏକ ଲଘୁଚାପ, ଉତ୍ତର ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ

author img

By

Published : Jul 26, 2021, 6:01 PM IST

ଭୁବନେଶ୍ବର: ରାଜ୍ୟରେ ପୁଣି ଲଘୁଚାପ ଜନିତ ବର୍ଷା ସମ୍ଭାବନା । ଉତ୍ତର ବଙ୍ଗୋପସାଗର ତଥା ଏହାର ଆଖପାଖ ଅଞ୍ଚଳରେ ଜୁଲାଇ ୨୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଜୁଲାଇ ୨୮ ରୁ ୩୦ ତାରିଖ ମଧ୍ୟରେ ରାଜ୍ୟରେ ଅନେକ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଉଛି ।

ପ୍ରବଳ ବର୍ଷା ଯୋଗୁଁ ରାଜ୍ୟର ତଳିଆ ଅଞ୍ଚଳ ଜଳମଗ୍ନ ହେବା ସମ୍ଭାବନା ରହିଛି । ଏହାସହ ଅଧିକ ବର୍ଷା ହେବାକୁ ଥିବା ଜିଲ୍ଲାର କିଛି ଚାଷ ଜମି ଜଳମଗ୍ନ ହୋଇପାରେ । ଏହାସହ ବିଭିନ୍ନ ସ୍ଥାନରେ ଯାତାୟତ ମଧ୍ୟ ବାଧାପ୍ରାପ୍ତ ହୋଇପାରେ ।

ଆସନ୍ତା ୫ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଜୁଲାଇ ୨୭ ତାରିଖ ସକାଳ ୮.୩୦ ମଧ୍ୟରେ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ଅନେକ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାର ଅଳ୍ପ କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିଭଳିି ଜୁଲାଇ ୨୮ ତାରିଖ ସକାଳ ୮.୩୦ ସୁଦ୍ଧା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଏବଂ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲା ଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.