ଭୁବନେଶ୍ବର: ରାଜ୍ୟ ଆଡ଼କୁ ମାଡ଼ି ଆସୁଛି ଆଉ ଏକ ଲଘୁଚାପ । ଏହା ୧୨ ଘଣ୍ଟାରେ ଘନୀଭୂତ ହୋଇ ୱେଲମାର୍କ ଲୋ-ପ୍ରେସରର ରୂପ ନେବାକକୁ ଯାଉଛି । ଏଥିଲାଗି ଆଞ୍ଚଳିକ ପାଣିପାଗ କେନ୍ଦ୍ର ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବୋଲି ସୂଚନା ମିଳିଛି । ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୨ ତାରିଖରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।
ଏହା ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ପରେ ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଉପକୂଳ ଏବଂ ଆନ୍ଧ୍ରପ୍ରଦେଶରରେ ସ୍ଥଳଭାଗ ଛୁଇଁବାର ଅଧିକ ସମ୍ଭାବନା ରହିଛି । ଆସନ୍ତାକାଲି ଅର୍ଥାତ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୨ ତାରିଖ ବେଳକୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଆରମ୍ଭ ହେବ । ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ ବର୍ଷା ହେବ ।
ବର୍ଷା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ହେବାର ସମ୍ଭାବନା ରହିଛି । ତେବେ ବାତ୍ୟା ସମ୍ପର୍କରେ ଆସନ୍ତା ୧୩ କିମ୍ବା ୧୪ ତାରିଖରେ ଚିତ୍ର ସ୍ପଷ୍ଟ ହେବ । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଘଡଘଡି ବିଜୁଳି ସହ ବର୍ଷା ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବରରେ ସର୍ବାଧିକ ବର୍ଷ ରେକର୍ଡ କରାଯାଇଛି ବୋଲି କହିଛି ପାଣିପାଗ ବିଭାଗ ।
ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ