ETV Bharat / city

Low Pressure; ଆସନ୍ତା ୩୦ ଯାଏଁ 6 ଜିଲ୍ଲାରେ ପ୍ରବଳ ବର୍ଷା !

author img

By

Published : Sep 28, 2021, 1:44 PM IST

Updated : Sep 28, 2021, 8:46 PM IST

ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା । ଅଧିକ ପଢନ୍ତୁ...

ଲଘୁଚାପ ବର୍ଷାରେ ପୁଣି ଭିଜିବ ଓଡିଶା, ୩୦ ଯାଏଁ ଛେଚିବ

ଭୁବନେଶ୍ବର: ଲଘୁଚାପ ବର୍ଷାରେ ପୁଣି ଭିଜିବ ଓଡିଶା । ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Low Pressure; ଆସନ୍ତା ୩୦ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା !

ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର ଉପକୂଳରେ ଅକ୍ଟୋବର ପହିଲାରୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ରାଜ୍ୟରେ ଏବେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟରେ ବର୍ଷା ଲାଗି ରହିବ । ମଙ୍ଗଳବାର କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା,କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି ।

ସେପ୍ଟେମ୍ବର ୨୯ ସାକାଳେ କେତେକ ଜିଲ୍ଲାରେ ଘଡଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅନୁମାନ କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଦେବଗଡ଼, ଅନୁଗୋଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ଢ଼େଙ୍କାନାଳ ଜିଲ୍ଲା ପାଇଁ ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ନଦୀର ଜଳସ୍ଥର ବୃଦ୍ଧି ପାଇବାର ଆଶଙ୍କା ରହିଥିବା ମଧ୍ୟ ଅନୁମାନ କରାଯାଉଛି ।

  • ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଂଚଳରେ ସକ୍ରିୟ #ଲଘୁଚାପ pic.twitter.com/HVRGn5QFNL

    — Meteorological Centre, Bhubaneswar (@mcbbsr) September 28, 2021 " class="align-text-top noRightClick twitterSection" data=" ">

ସେପଟେ ୩୦ ତାରିଖ ସକାଳୁ ଅକ୍ଟୋବର ପହିଲା ମଧ୍ୟରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବ । ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ବରରୁ ସଞ୍ଜିବ କୁମାର ରାୟ, ଇଟିଭି ଭାରତ

Last Updated : Sep 28, 2021, 8:46 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.