ETV Bharat / city

ମୁଖ୍ୟମନ୍ତ୍ରୀଙ୍କ ସହ ଅଷ୍ଟ୍ରେଲିଆ ହାଇକମିଶନରଙ୍କ ଆଲୋଚନା, ଫୋକସରେ କ୍ରୀଡା ଭିତ୍ତିଭୂମି

author img

By

Published : Aug 31, 2021, 8:20 PM IST

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

ମୁଖ୍ୟମନ୍ତ୍ରୀଙ୍କ ସହ ଅଷ୍ଟେଲିଆ ହାଇକମିଶନରଙ୍କ ଆଲୋଚନା, କ୍ରୀଡା ଭିତ୍ତିଭୂମି ଉପରେ ଗୁରତ୍ବ

ଭୁବନେଶ୍ବର: ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓ (Barry O’Farrel AO)ଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ହୋଇଛି ଆଲୋଚନା । ବିଭିନ୍ନ କ୍ଷେତ୍ରରେ ଅଷ୍ଟ୍ରେଲିଆ ସହିତ ଓଡିଶାର ଅଧିକ ସହଯୋଗ ସମ୍ପର୍କରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । କ୍ରୀଡା ଭିତ୍ତିଭୂମି ଓ ବାଣିଜ୍ୟ କ୍ଷେତ୍ରରେ ଅଧିକ ସହଯୋଗ ପାଇଁ ସହମତି ପ୍ରକାଶ ପାଇଛି ।

ଭାରତୀୟ ହକି ଦଳକୁ ପ୍ରୋତ୍ସାହନ ଏବଂ ହକିର ଉନ୍ନତି ପାଇଁ ଓଡିଶା ଯେଭଳି ଭାବରେ ନେତୃତ୍ବ ନେଇଛି, ସେଥିପାଇଁ ହାଇକମିଶନର ମୁଖ୍ୟମନ୍ତ୍ରୀଙ୍କର ଉଚ୍ଚପ୍ରଶଂସା କରିଛନ୍ତି । ଉଭୟ ଦେଶ ମଧ୍ୟରେ ବ୍ୟବସାୟ ଓ କାରିଗରୀ କୌଶଳ କ୍ଷେତ୍ରରେ ସହଯୋଗର ବ୍ୟାପକ ସମ୍ଭାବନା ଅଛି ବୋଲି ବୈଠକରେ ମତପ୍ରକାଶ ପାଇଛି । ଏତଦ୍‌ବ୍ୟତୀତ ଓଡିଶାର ଦକ୍ଷ ମାନବ ସମ୍ବଳର ଉପଯୋଗ ଉପରେ ଆଲୋଚନା ହୋଇଛି ।

ଓଡିଶାରେ Hockey World cup ସମୟରେ ଅଷ୍ଟ୍ରେଲିଆ ଦଳର ଗସ୍ତ ସମ୍ପର୍କକୁ ସ୍ମରଣ କରିଥିଲେ ମୁଖ୍ୟମନ୍ତ୍ରୀ । ଅଷ୍ଟ୍ରେଲିଆ ହକି ଦଳର ଦକ୍ଷତାର ଉଚ୍ଚପ୍ରଶଂସା କରିଥିଲେ ନବୀନ । ଓଡିଶାରେ ବିଭିନ୍ନ କ୍ରୀଡା ଭିତ୍ତିଭୂମି ବିକାଶ, ଉନ୍ନତମାନର ତାଲିମ, ବିଶେଷ କରି ହକି ଖେଳକୁ ଅଧିକ ପ୍ରୋତ୍ସାହନ ଦେବା ଉପରେ ଓଡିଶା ଓ ଅଷ୍ଟ୍ରେଲିଆ ମଧ୍ୟରେ ଅଧିକ ସହଯୋଗ ପାଇଁ ଉଭୟ ସହମତି ପ୍ରକାଶ କରିଛନ୍ତି ।

ଖଣି ଅନୁସନ୍ଧାନ କ୍ଷେତ୍ରରେ ଅଷ୍ଟ୍ରେଲିଆ ଓ ଓଡିଶା ମଧ୍ୟରେ ଅଧିକ ମିଳିତ ସହଯୋଗ ଉପରେ ବୈଠକରେ ଗୁରୁତ୍ବ ଆରୋପ କରାଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, କ୍ରୀଡା ସଚିବ ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.