ଭୁବନେଶ୍ବର: ରାଜ୍ୟ ସୂଚନା ଆଯୁକ୍ତ ଭାବେ ଶପଥ ନେଲେ ବାଳକୃଷ୍ଣ ମହାପାତ୍ର। ରାଜଭବନରେ ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଗଣେଶୀ ଲାଲ । ସମାରୋହରେ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା ଏବଂ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିଲେ ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁ ନନ୍ଦନ ଦାସ ଉପସ୍ଥିତ ରହିଥିବା ବେଳେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ପୂର୍ବତନ ସୂଚନା କମିଶନର ଜଗଦାନନ୍ଦ, ରାଜ୍ୟ ମହିଳା କମିଶନ ଅଧକ୍ଷ ମିନତୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।
ଏହାସହ ବିରୋଧୀ ଦଳର ନେତା ପ୍ରଦୀପ୍ତ କୁମାର ନାୟକ ମଧ୍ୟ ଉପସ୍ଥିତ ଥିଲେ। ଶପଥ ପାଠ ପରେ ରାଜ୍ୟପାଳଙ୍କ ସହ ଆଲୋଚନା କରିଥିବା କହିଛନ୍ତି ବାଳକୃଷ୍ଣ ମହାପାତ୍ର ।
ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ