ETV Bharat / city

ଆଜି ପବିତ୍ର ବସନ୍ତ ପଞ୍ଚମୀ: ଜାଣନ୍ତୁ ପୁରାଣରେ ବର୍ଣ୍ଣିତ ରୋଚକ କଥା ସମ୍ପର୍କରେ

ଆଜି ମା ସରସ୍ବତୀଙ୍କ ଆରଧନାର ଦିନ । ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ୱତୀ ପୂଜା ପାଳନ କରାଯାଇଥାଏ । ଆଜିର ଦିନକୁ ଶ୍ରୀ ବସନ୍ତ ପଞ୍ଚମୀ ବୋଲି ମଧ୍ୟ କୁହାଯାଏ । ଅଧିକ ପଢନ୍ତୁ

ଆଜି ପବିତ୍ର ବସନ୍ତ ପଞ୍ଚମୀ, ଜାଣନ୍ତୁ ପୁରାଣରେ ବର୍ଣ୍ଣିତ ରୋଚକ କଥା

author img

By

Published : Feb 5, 2022, 7:43 AM IST

Updated : Feb 5, 2022, 9:05 AM IST

ଭୁବନେଶ୍ବର: ଆଜି ମା’ ସରସ୍ବତୀଙ୍କ ଆରଧନାର ଦିନ । ପୌରାଣିକ ମାନ୍ୟତା ଅନୁସାରେ, ବସନ୍ତ ପଞ୍ଚମୀ ଦିନ ମା’ ସରସ୍ୱତୀଙ୍କ ସର୍ଜନା ହୋଇଥିଲା । ତେଣୁ ଏହି ଦିନକୁ ବସନ୍ତ ପଞ୍ଚମୀ ମଧ୍ୟ କୁହାଯାଏ । ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ୱତୀ ପୂଜା ପାଳନ କରାଯାଇଥାଏ।

ଦେବୀ ସରସ୍ବତୀ ହେଉଛନ୍ତି ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ । ସେ ହେଉଛନ୍ତି ବିଦ୍ୟାର ଭଣ୍ଡାର । ମା’ଙ୍କୁ ପ୍ରଜ୍ଞା,ମେଧା, ବୁଦ୍ଧି,ସାହିତ୍ୟ,ସଙ୍ଗୀତ,କଳା ଓ ପ୍ରଯୁକ୍ତି ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବୋଲି ବିବେଚନା କରାଯାଏ । ସେ ମହାବିଦ୍ୟା, ମହାବାଣୀ, ଭାରତୀ, ବାକ୍, ଆର୍ଯ୍ୟା, ବ୍ରାହ୍ମୀ, କାମଧେନୁ, ବେଦଗର୍ଭା, ଧୀଶ୍ୱରୀ, ବୁଦ୍ଧିଦାତ୍ରୀ ଆଦି ଅନେକ ନାମରେ ପରିଚିତ ।

ଶାସ୍ତ୍ର ଅନୁସାରେ, ଏହି ଦିନ ମା’ ସରସ୍ୱତୀଙ୍କୁ ପୂଜା କଲେ ବାଗ୍‌ବାଦୀନି ପ୍ରସନ୍ନ ହୋଇଥାନ୍ତି । ପୂଜା ସମୟରେ ମାଙ୍କୁ ହଳଦୀ ରଙ୍ଗର ସାମଗ୍ରୀ ଲାଗି ହୋଇଥାଏ । ସରସ୍ବତୀଙ୍କ ପ୍ରିୟ ରଂଗ ହେଉଛି ହଳଦିଆ । ସେଥିପାଇଁ ଶ୍ରଦ୍ଧାଳୁମାନେ ମାଆଙ୍କ ମୂର୍ତ୍ତିକୁ ହଳଦିଆ କପଡ଼ାରେ ଢାଙ୍କି କରି ରଖିଥାନ୍ତି ଓ ମାଆଙ୍କୁ ହଳଦିଆ ରଙ୍ଗର ପୁଷ୍ପ ଦେଇ ପୂଜାର୍ଚ୍ଚନା କରିଥାନ୍ତି ।

କଣ କହେ ପୁରାଣ:

ପୌରାଣିକ କଥା ଅନୁସାରେ ଥରେ ବ୍ରହ୍ମା ସମଗ୍ର ବିଶ୍ୱ ଭ୍ରମଣରେ ବାହାରିଥିଲେ । ଏହି ସମୟରେ ସମଗ୍ର ବିଶ୍ୱ ଉଦାସୀନ ଥିବା ଦେଖିବାକୁ ପାଇଥିଲେ । ଏପରି ଦେଖିବା ପରେ ବ୍ରହ୍ମା ଭଗବାନ ବିଷ୍ଣୁଙ୍କ ନିକଟକୁ ଯାଇଥିଲେ । ଆଉ ବିଷ୍ଣୁଙ୍କ ଆଗରେ ସମସ୍ତ କଥାକୁ ପରିପ୍ରକାଶ କରିଥିଲେ । ଏହା ଶୁଣିବା ପରେ ବିଷ୍ଣୁ ଭଗବାନ ବ୍ରହ୍ମାଙ୍କୁ କହିଥିଲେ କି ଆପଣ ଦେବୀ ସରସ୍ୱତୀଙ୍କ ନିକଟକୁ ଯାଆନ୍ତୁ । ଆପଣଙ୍କର ସମସ୍ତ ସମସ୍ୟାର ସମାଧାନ ସିଏ ହିଁ କରିପାରିବେ । ଏହା ସହିତ ବ୍ରହ୍ମ ନିଜ କମଣ୍ଡଳରୁ ଜଳ ପୃଥିବୀପୃଷ୍ଠକୁ ପାଣି ଛିଞ୍ଚାଡ଼ିଥିଲେ ।

ଏହି ଜଳକଣା ପଡ଼ିବା ପରେ ହାତରେ ବୀଣା, ପୁସ୍ତକ, ଓ ମାଳା ଚାରି ହସ୍ତର ଶକ୍ତି ଉଭା ହୋଇଥିଲେ । ବ୍ରହ୍ମା ବୀଣାର ତାରକୁ ଛୁଇଁବା ପରେ ସମଗ୍ର ବିଶ୍ୱରେ ଏକ ହସଖୁସିର ଲହରୀ ଖେଳିଯାଇଥିଲା । ଏହା ସହିତ ପୃଥିବୀ ପୃଷ୍ଠରେ ସମସ୍ତ ଜୀବଜଗତ ସକ୍ରିୟ ହୋଇ ଉଠିଥିଲେ । ଆଉ ସେବେଠାରୁ ଏହି ବସନ୍ତ ପଞ୍ଚମୀ ତିଥିରେ ମା ସରସ୍ୱତୀଙ୍କ ପୂଜାର୍ଚ୍ଚନା କରାଯାଏ ।

ସରସ୍ୱତୀଙ୍କ ବିନା ସିଦ୍ଧି ଓ ବିଦ୍ୟାଲାଭ ଅସମ୍ଭବ । ସକଳ କ୍ଷେତ୍ରରେ ସଫଳତା ଓ ବିଦ୍ୟାର୍ଜନରେ ଯଶସ୍ୱୀ ହେବା ପାଇଁ ବିଦ୍ୟାଜନନୀ ସରସ୍ୱତୀଙ୍କ ପାଦପଦ୍ମରେ ମନପ୍ରାଣ ଅର୍ପଣ କରିବା ଉଚିତ । ବାଣୀ ଓ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ମା ସରସ୍ବତୀ ସୁଶୋଭିତ ପୁଷ୍ପମାଲ୍ୟ, ଘଣ୍ଟ, ଘଣ୍ଟା, ଶଙ୍ଖ ଆଦି ବାଦ୍ୟବାଦନ ମଧ୍ୟରେ ପୂଜିତ ହୁଅନ୍ତି । ଭୋଗ ଆକାରରେ ଖଇ, ଉଖୁଡ଼ା, ନଡ଼ିଆ ଫଳ ଆଦି ବଢ଼ାଯାଇଥାଏ ।

ଶିକ୍ଷାନୁଷ୍ଠାନ,ଘର, କୋଚିଂ ସେଣ୍ଟର ଓ ମୂର୍ତ୍ତି କାରିଗର ମାନେ ମାଙ୍କ ଆବାହନ ପାଇଁ ବିଶେଷ ଆୟୋଜନ କରିଥାନ୍ତି । କିନ୍ତୁ କୋରୋନା ମହାମାରୀ ଯୋଗୁଁ ଚଳିତଥର ସରକାରଙ୍କ କୋରୋନା ଗାଇଡଲାଇନ ଅନୁସାରେ ସମସ୍ତ ଶିକ୍ଷାନୁଷ୍ଠାନ ପାଳନ ହେବ । ଅଳ୍ପ ସଂଖ୍ୟକ ଛାତ୍ରଛାତ୍ରୀଙ୍କୁ ନେଇ କରାଯାଇପାରିବ ସରସ୍ବତୀ ପୂଜା । ସ୍କୁଲ, ଶିକ୍ଷାନୁଷ୍ଠାନ ଛଡ଼ା ଅନ୍ୟ କେଉଁଠି ସରସ୍ବତୀ ପୂଜାକୁ ବାରଣ କରାଯାଇଛି। ଘରେ ରହି ପରିବାର ସହ ସରସ୍ବତୀ ପୂଜା ପାଳନ ପାଇଁ ପରାମର୍ଶ ଦିଆଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Feb 5, 2022, 9:05 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.