ETV Bharat / city

ଶିଶୁଙ୍କୁ ଗୁରୁତ୍ବ, ଭବାନୀପାଟଣା କୋଭିଡ ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ - ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶିଶୁଙ୍କୁ ଗୁରୁତ୍ବ ଦେଇ ଭବାନୀପାଟଣା କୋଭିଡ ହସ୍ପିଟାଲ ଲୋକର୍ପଣ କରିଛନ୍ତି । 200 ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲରେ ୧୬ଟି ICU ଓ ୧୬ଟି HDU ଶଯ୍ୟା ସହିତ ଏକ ସ୍ବତନ୍ତ୍ର ଶିଶୁ ଚିକିତ୍ସା ୱାର୍ଡ ମଧ୍ୟ ରହିଛି । ଅଧିକ ପଢନ୍ତୁ...

ଶିଶୁଙ୍କୁ ଗୁରୁତ୍ବ: ଭବାନୀପାଟଣା କୋଭିଡ଼ ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

author img

By

Published : Jun 19, 2021, 7:34 PM IST

Updated : Jun 19, 2021, 10:18 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି (ଶନିବାର) ଭିସି ଯୋଗେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା କୋଭିଡ଼ ହସ୍ପିଟାଲକୁ ଲୋକାର୍ପଣ କରିଛନ୍ତି । ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ହୋଇଛି ଏହି 200 ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ । ୧୬ଟି ICU ଓ ୧୬ଟି HDU ଶଯ୍ୟା ସହିତ ଏକ ସ୍ବତନ୍ତ୍ର ଶିଶୁ ଚିକିତ୍ସା ୱାର୍ଡ ମଧ୍ୟ ରହିଛି ।

ଶିଶୁଙ୍କୁ ଗୁରୁତ୍ବ, ଭବାନୀପାଟଣା କୋଭିଡ ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ତୃତୀୟ ଲହରରେ ଶିଶୁ ଆକ୍ରାନ୍ତ ହେବା ଦୃଷ୍ଟିରେ ରଖି ଏହି ହସ୍ପିଟାଲ ପ୍ରସ୍ତୁତ ହୋଇଛି । ଡାକ୍ତରଖାନାରେ ଥିବା ଭେଣ୍ଟିଲେଟର ଅମ୍ଳଜାନ ପ୍ରଣାଳୀ ସହିତ ସୁସଜ୍ଜିତ ହୋଇଛି । ପିଲାମାନଙ୍କ ମନୋରଞ୍ଜନ ପାଇଁ ସ୍ବତନ୍ତ୍ର ୱାର୍ଡ ବ୍ୟବସ୍ଥା କରାଯାଇଛି । ଏଥିରେ ସମସ୍ତ ପ୍ରକାର ଆଧୁନିକ ଚିକିତ୍ସା ଉପକରଣ ରଖାଯାଇଛି । ଏହାଦ୍ବାରା କଳାହାଣ୍ଡି ଓ ଆଖପାଖ ଅଞ୍ଚଳର ଲୋକମାନେ ଉନ୍ନତମାନର କୋଭିଡ ଚିକିତ୍ସା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ହସ୍ପିଟାଲରେ ଚିକିତ୍ସା ଠାରୁ ଆରମ୍ଭ କରି ରୋଗ ନିରୂପଣ, ଔଷଧ, ଖାଦ୍ୟ ଆଦି ସବୁ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହି ହସ୍ପିଟାଲ ପାଇଁ ବେଦାନ୍ତ ଗ୍ରୁପ ତଥା ଏହାର ଅଧ୍ୟକ୍ଷ ଅନିଲ ଅଗ୍ରୱାଲଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି । କଳାହାଣ୍ଡିରେ କୋଭିଡ ହସ୍ପିଟାଲ ସହିତ ମେଡିକାଲ କଲେଜ, ଜଳସେଚନର ବିକାଶ ଆଦି ବ୍ୟାପକ ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । କଳାହାଣ୍ଡିରେ କୋଭିଡ ମୁକାବିଲା ପାଇଁ ଦୁଇଟି ଅକ୍ସିଜେନ ପ୍ଲାଣ୍ଟ କରାଯାଇଛି । ହସ୍ପିଟାଲରେ ଭେଣ୍ଟିଲେଟର ବ୍ୟବସ୍ଥା କରାଯାଇଛି । ତେଣୁ କଳାହାଣ୍ଡିବାସୀ ଉନ୍ନତ କୋଭିଡ ଚିକିତ୍ସା ପାଇପାରିବେ ବୋଲି ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର କହିଛନ୍ତି ।

କାର୍ଯ୍ୟକ୍ରମରେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ସୁଜିତ୍‌ କୁମାର, ଧର୍ମଗଡ ଓ ଲାଞ୍ଜିଗଡର ବିଧାୟକ ଯୋଗ ଦେଇ କୋଭିଡ ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି । କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇଥିଲେ ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ଅନିଲ ଅଗ୍ରୱାଲ । କଳାହାଣ୍ଡିର ବିକାଶ ଓ ଓଡିଶାର ସାମଗ୍ରିକ ବିକାଶ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା (୫-ଟି) ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କଳାହାଣ୍ଡି ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିବାବେଳେ ବେଦାନ୍ତର CFO ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ ।

କାର୍ଯ୍ୟକ୍ରମରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମାଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ ଓ କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

Last Updated : Jun 19, 2021, 10:18 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.