ETV Bharat / city

ଲଘୁଚାପ ରୂପ ନେଲା ଘୂର୍ଣ୍ଣିବଳୟ: କାଲିଠୁ ପ୍ରବଳ ବର୍ଷା, ଫିକା ପଡିବ ପୂଜା ବଜାର

କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୁତ ହୋଇଥିବା ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ । ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲିଠାରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ଜାରି କରାଯାଇଛି । ଅଧିକ ପଢ଼ନ୍ତୁ

author img

By

Published : Oct 3, 2022, 10:20 PM IST

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ, ୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ବର: କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ କେନ୍ଦ୍ରୀଭୁତ ହୋଇଥିବା ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଆନ୍ଧ୍ର ଉପକୂଳ ମୁହାଁ ହେବ । ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆସନ୍ତାକାଲିଠାରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଅନୁମାନ କରାଯାଇଛି । ବିଜୟା ଦଶମୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି । ମାଲକାନଗିରି, କୋରାପୁଟ, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ନେଇ ସତର୍କ କରାଯାଇଛି ।

ଗତକାଲି ବଙ୍ଗୋପସାଗରରେ ସକ୍ରିୟ ଥିବା ଦୁଇଟି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଲଘୁଚାପ ସୃଷ୍ଟି ହୋଇଛି । ଅନ୍ୟପଟେ ଉପକୂଳ ଓଡିଶାର ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ଼, କଟକ, କେନ୍ଦ୍ରାପଡା, ଯାଜପୁର ସମେତ ଉତ୍ତର ଓଡ଼ିଶାର ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିଭଳି ୫ ତାରିଖରେ ପ୍ରବଳ ବର୍ଷା ନେଇ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୬ ତାରିଖରେ ବର୍ଷାର ପରିମାଣ କମିବ । କିନ୍ତୁ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି ।

ରାଜ୍ୟରେ ରହିଥିବା ବର୍ଷାର ପରିମାଣ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ ଆର ବିଶ୍ବାସ କହିଛନ୍ତି, "ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଛି । ସର୍ବାଧିକ ବର୍ଷା ମୟୂରଭଞ୍ଜର ଜାମସୋଲା ଘାଟରେ ୬୮.୬ ମିଲିମିଟର ରେକର୍ଡ ହୋଇଛି । ମୌସୁମୀ ସିଜିନ ଜୁନ ୧ ତାରିଖରୁ ଅକ୍ଟୋବର ୩ ତାରିଖ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଠାରୁ ୪ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୫ଟି ଜିଲ୍ଲାରେ ସ୍ବାଭାବିକ ଏବଂ ୫ ଟି ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି ।"

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.