ଭୁବନେଶ୍ୱର: ଭୁବନେଶ୍ୱର-ନୂଆଦିଲ୍ଲୀ ସ୍ୱତନ୍ତ୍ର ଟ୍ରେନ ସପ୍ତାହକୁ ଚାରିଦିନ ଚଳାଚଳ କରିବ । ଜୁଲାଇ ମାସ 14 ତାରିଖ ପର୍ଯ୍ୟନ୍ତ ଏହି ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ ।
ଜୁଲାଇ ମାସ ଦ୍ଵିତୀୟ ସପ୍ତାହ ପର୍ଯ୍ୟନ୍ତ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ 14 ଜୁଲାଇ, 2021 ପର୍ଯ୍ୟନ୍ତ ସପ୍ତାହକୁ ଚାରିଦିନ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି । କୋଭିଡ଼-୧୯ ସଂକ୍ରମଣ ଶୃଙ୍ଖଳା ଭାଙ୍ଗିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି ।
- 02823 ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ବିଶେଷ ଟ୍ରେନ ଭାୟା ଟାଟା ଭୁବନେଶ୍ୱରରୁ ପ୍ରତି ମଙ୍ଗଳବାର ଏବଂ ଗୁରୁବାର ଦିନ ଚଳାଚଳ କରିବାକୁ ଥିବାବେଳେ ସୋମବାର ଏବଂ ଶୁକ୍ରବାର ଦିନମାନଙ୍କରେ ବାତିଲ ରହିବ ।
- 02824 ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ଟାଟା ନୂଆଦିଲ୍ଲୀରୁ ପ୍ରତି ବୁଧବାର ଏବଂ ଗୁରୁବାର ଦିନ ଚଳାଚଳ କରିବାକୁ ଥିବାବେଳେ ମଙ୍ଗଳବାର ଏବଂ ଶନିବାର ଦିନମାନଙ୍କରେ ବାତିଲ ରହିବ ।
- 02825/02826 ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ଆଗ୍ରା ଭୁବନେଶ୍ୱରରୁ ରବିବାର ଓ ବୁଧବାର ଦିନ ଏବଂ ନୂଆଦିଲ୍ଲୀରୁ ସୋମବାର ଓ ଶୁକ୍ରବାର ଦିନ ଚଳାଚଳ କରିବ ।
- 02855/02856 ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ସମ୍ବଲପୁର ସିଟି ଏବଂ ରାଉରକେଲା ଭୁବନେଶ୍ୱରରୁ 3 ଓ 10 ଜୁଲାଇ(ଶନିବାର) ଏବଂ ନୂଆଦିଲ୍ଲୀରୁ 4 ଓ 11 ଜୁଲାଇ, 2021 ତାରିଖ (ରବିବାର) ଦିନ ବାତିଲ ରହିବ ।
ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ