ETV Bharat / city

୫ ଦିନ ପର୍ଯ୍ୟନ୍ତ ବଜ୍ରପାତ ସହ ବର୍ଷା ପୂର୍ବାନୁମାନ

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଲାଗି ରହିବ । ଅଧିକ ପଢ଼ନ୍ତୁ...

author img

By

Published : Oct 4, 2021, 4:53 PM IST

୫ ଦିନ ପର୍ଯ୍ୟନ୍ତ ବଜ୍ରପାତ ସହ ବର୍ଷା ପୂର୍ବାନୁମାନ
୫ ଦିନ ପର୍ଯ୍ୟନ୍ତ ବଜ୍ରପାତ ସହ ବର୍ଷା ପୂର୍ବାନୁମାନ

ଭୁବନେଶ୍ବର: ଆସନ୍ତା 5 ଦିନ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଲାଗି ରହିବ । ଏବେ ମୌସୁମୀର ଗତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡି ସହ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି ।

ଆସନ୍ତା 24 ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି ।

ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଗଞ୍ଜାମ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଲାଗିରହିବ । ସେହିଭଳି କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ଅନୁଗୋଳ, ଢେଙ୍କାନାଳ, ରାୟଗଡ଼ା ଜିଲ୍ଲାରେ ମଧ୍ୟ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି ।

ସେହିପରି ଆସନ୍ତା 5 ଦିନ ରାଜ୍ୟର ସମସ୍ତ ଜିଲ୍ଲା ଗୁଡିକରେ ବଜ୍ରପାତ ସହ ବର୍ଷା ଜାରି ରହିବ । ଅକ୍ଟୋବର 1 ତାରିଖରୁ ଅକ୍ଟୋବର 4 ତାରିଖ ପର୍ଯ୍ୟନ୍ତ ୧୮.୯ ମିମି ବର୍ଷା ରେକର୍ଡ ହୋଇଛି । ସ୍ୱାଭାବିକ ବର୍ଷା ଠାରୁ ୧୩ ପ୍ରତିଶତ କମ୍‌ ବର୍ଷା ରେକର୍ଡ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟ କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହୋଇଛି । ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୮୩.୦୪ ମିମି ବର୍ଷା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.