ETV Bharat / city

ସ୍ୱାଭାବିକଠୁ ୨ ଡିଗ୍ରୀ ଅଧିକ ରହିଛି ତାପମାତ୍ରା, ବର୍ଷା ସମ୍ଭାବନା ନାହିଁ

ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । ଅଧିକ ପଢ଼ନ୍ତୁ

author img

By

Published : Nov 16, 2021, 8:30 PM IST

ବର୍ଷାର ସମ୍ଭାବନା ନାହିଁ, ସ୍ୱାଭାବିକଠାରୁ ୨ ଡିଗ୍ରୀ ଅଧିକ ରହିଛି ତାପମାତ୍ରା

ଭୁବନେଶ୍ବର: ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ରହିଛି । କ୍ରମେ ଏହା ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ଗତି କରିବ। ଆସନ୍ତା ୧୮ ତାରିଖ ବେଳକୁ ଏହା ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ ବୋଲି କହିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଗାମୀ ୫ ଦିନ ପର୍ଯ୍ୟନ୍ତ କୋହଳା ପାଗ ସାଙ୍ଗକୁ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକା ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ କୋରାପୁଟ, ମାଲକାନଗିରି, ରାୟଗଡା, କନ୍ଧମାଳ, ବୌଦ୍ଧରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ । ଆଜି ତାପମାତ୍ରା ସ୍ୱାଭାବିକଠାରୁ ୨ ଡିଗ୍ରୀ ଅଧିକ ରହିଥିଲା । ତେବେ ଏହାଦ୍ବାରା ପାଣିପାଗ ଉପରେ ବିଶେଷ ଫରକ ପଡିବ ନାହିଁ ।

ଗତ ୨୪ ଘଣ୍ଟା ମଧ୍ଯରେ ଉତ୍ତର ଉପକୂଳ ଅଭ୍ୟନ୍ତରୀଣ ଓ ଦକ୍ଷିଣ ଉପକୂଳ ଅଭ୍ୟନ୍ତରୀଣ ଅଞ୍ଚଳରେ ହାଲୁକା ବର୍ଷା ରେକର୍ଡ କରାଯାଇଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଗଞ୍ଜାମର ଭଞ୍ଜନଗରରେ ସର୍ବାଧିକ ୧୪୨ ମିମି ବର୍ଷା ରେକର୍ଡ କରାଯାଇଛି । ଏହାଛଡ଼ା ଅନୁଗୁଳରେ ୮୩.୪ ମିମି ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ପାଣିପାଗରେ ବିଶେଷ ପରିବର୍ତ୍ତନ ହୋଇନାହିଁ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.