ଭୁବନେଶ୍ବର: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଏକ ଘୁର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘୁର୍ଣ୍ଣିବଳୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି କରିପାରେ । ଏହାର ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟରେ ସ୍ଵଳ୍ପ ୭ଜିଲ୍ଲାରେ ସ୍ଵଳ୍ପ ବୃଷ୍ଟିପାତ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅକ୍ଟୋବର ୨୭, ୨୮ ଏବଂ ୨୯ ତାରିଖରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଉପକୂଳରେ ତାପମାତ୍ରା ୨୧ ରୁ ୨୪ ଡିଗ୍ରୀ ରହିବ ଏବଂ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ତାପମାତ୍ରା ୧୭ ରୁ ୨୧ ମଧ୍ୟରେ ରହିବ ବୋଲି କହିଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ହବିବୁର ରେହମାନ ବିଶ୍ବାସ । ଗତ ୨୪ ଘଣ୍ଟାରେ ଦାରିଙ୍ଗିବାଡି ସର୍ବାନିମ୍ନ ୧୩.୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ଫୁଲବାଣୀରେ ୧୬.୦ ଡିଗ୍ରୀ ରେକର୍ଡ କରାଯାଇଛି ।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ