ETV Bharat / city

୩ ଦିନ ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ଓଡ଼ିଶାରେ ପ୍ରବଳ ବର୍ଷା

ଆସନ୍ତା 24 ଘଣ୍ଟାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାକୁ ନେଇ 7 ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅଧିକ ପଢ଼ନ୍ତୁ...

୩ ଦିନ ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

author img

By

Published : Oct 17, 2021, 6:50 PM IST

Updated : Oct 17, 2021, 7:08 PM IST

ଭୁବନେଶ୍ବର: ଆସନ୍ତା 24 ଘଣ୍ଟାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାକୁ ନେଇ 7 ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଲଘୁଚାପ ଯୋଗୁଁ ବଙ୍ଗୋପ ସାଗରରେ ୬୦ କିମି ପ୍ରତି ଘଣ୍ଟାରେ ଝଟକା ପବନ ବୋହିବାରୁ ସମ୍ଭାବନା ରହିଛି । ଏଥିପାଇଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଉଛି ।
ଆସନ୍ତା 3 ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ୭ଟି ଜିଲ୍ଲା ହେଉଛି, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କେନ୍ଦୁଝର, ଭଦ୍ରକ ଓ ଜଗତସିଂହପୁର । ଏହି ସବୁ ଜିଲ୍ଲାରେ ସକାଳ ୮.୩୦ ମଧ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।

୩ ଦିନ ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଗତକାଲି(ଶନିବାର) ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଉତ୍ତର ତେଲେଙ୍ଗାନା ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ଏହାସହ ଜଡ଼ିତ ଘୁର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୫.୮ କିମି ପର୍ଯ୍ୟନ୍ତ ବ୍ୟାପିଛି । ପୂର୍ବ ପଶ୍ଚିମ ନିମ୍ନ ଚାପ ରେଖା ପ୍ରଭାବରେ ଓଡ଼ିଶା ମଧ୍ୟକୁ ବଙ୍ଗୋପସାଗରରୁ ପୂର୍ବ ଦିଗରୁ କ୍ରମାଗତ ଭାବେ ପୂର୍ବାଳ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଶେଷଜ୍ଞ ଅନୁମାନ କରିଛନ୍ତି ।

ଗତ ୨୪ ଘଣ୍ଟାରେ ଲଘୁଚାପ ପ୍ରଭାବର ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ରାଜ୍ୟର ୪ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ବାଲେଶ୍ବରରେ ସର୍ବାଧିକ 94.୮ ମିମି, ଗଞ୍ଜାମର ଛତ୍ରପୁରରରେ ୭୪.୦୦ ମିମି, ବାଲିପାଟଣାରେ ୬୮.୫ ମିମି ଓ ଭୋଗରାଇରେ ୬୫.୨ ମିମି ବର୍ଷା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Oct 17, 2021, 7:08 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.