ଭୁବନେଶ୍ବର: ଆଜି ବିଜେଡି ପାଳନ କରୁଛି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଜନ୍ମ ଜୟନ୍ତୀ । ବିଜୁଙ୍କ ୧୦୬ତମ ଜୟନ୍ତୀ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ନିରାଡ଼ମ୍ବରରେ ପାଳନ କରାଯାଉଛି । ସାଧାରଣ ସଭା ଆୟୋଜନ କରାଯାଇ ବିଜୁ ବାବୁଙ୍କ ନୀତି ଏବଂ ଆଦର୍ଶରେ ପରିଚାଳିତ ବିଜୁ ଜନତା ଦଳର ସଫଳ ଯାତ୍ରା ସମ୍ପର୍କରେ ଆଲୋଚନା କରାଯିବ ।
ନିରାଡ଼ମ୍ବର ଭାବେ ପାଳନ ହେବ ବିଜୁ ଜୟନ୍ତୀ । କୋଭିଡ ନିୟମ କଡାକଡି ଭାବେ ବିଜୁ ବାବୁଙ୍କ ଜୟନ୍ତୀ ପାଳିତ ହେବ । ଏ ନେଇ ଭୁବନେଶ୍ୱର ଯୁବ ବିଜେଡି କାର୍ଯ୍ୟାଳୟରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକ ଭିସି ଜରିଆରେ ଯୋଗ ଦେଇ ଦଳୀୟ ନେତା ଓ କର୍ମୀଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ଦଳ ତରଫରୁ ଓଡ଼ିଶାବାସୀଙ୍କ ସକ୍ରିୟ ସହଯୋଗରେ କାର୍ଯ୍ୟକାରୀ କରାଯାଉଥିବା ବିକାଶ ଯାତ୍ରାର ଏହି ଅସାମାନ୍ୟ ଉପଲବ୍ଧି ରାଜ୍ୟବାସୀଙ୍କ ନିକଟରେ ଉପସ୍ଥାପନ କରାଯାଉଛି ।
ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ