ETV Bharat / city

Gas price: କେନ୍ଦ୍ରକୁ BJDର ଚେତାବନୀ, ୩୦ ସୁଦ୍ଧା ଦର ନ କମିଲେ ଜୋରଦାର ଆନ୍ଦୋଳନ - କେନ୍ଦ୍ରକୁ ବିଜେଡିର ଚେତାବନୀ ନ୍ୟୁଜ

ଆସନ୍ତା ୩୦ ତାରିଖ ସୁଦ୍ଧା ଗ୍ୟାସ ଦର ନ କମିଲେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ବୋଲି କେନ୍ଦ୍ରକୁ ବିଜେଡିର ଚେତେବନୀ । ଅଧିକ ପଢନ୍ତୁ

bjd warns centre to reduce gas price before 30th november
Gas price: କେନ୍ଦ୍ରକୁ BJDର ଚେତାବନୀ, ୩୦ସୁଦ୍ଧା ଦର କମିଲେ ଜୋରଦାର ଆନ୍ଦୋଳନ
author img

By

Published : Nov 25, 2021, 7:42 PM IST

ଭୁବନେଶ୍ବର: ରନ୍ଧନ ଗ୍ୟାସ୍‌ ଦର ନ କମିଲେ ଆନ୍ଦୋଳନକୁ ଓହ୍ଲାଇବ ଶାସକ ବିଜୁ ଜନତା ଦଳ(BJD) । ଆସନ୍ତା ୩୦ ତାରିଖ ମଧ୍ୟରେ ଦର ହ୍ରାସ ନହେଲେ ଜୋରଦାର ଆନ୍ଦୋଳନ ହେବ ବୋଲି ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ରକୁ ଚେତାବନୀ ଦେଇଛି BJD ।

ରନ୍ଧନ ଗ୍ୟାସ୍‌ ଦରବୃଦ୍ଧିର ପ୍ରତିବାଦରେ ବିଜୁ ଜନତା ଦଳ ପକ୍ଷରୁ 3 ଦିନଧରି ଯେଉଁ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଥିଲା । ତାହାକୁ ରାଜ୍ୟବାସୀ ବିପୁଳ ସମର୍ଥନ କରିଛନ୍ତି । ପ୍ରଥମେ ସେଥିପାଇଁ ଦଳ ତରଫରୁ ରାଜ୍ୟବାସୀଙ୍କୁ ଗଭୀର କୃତଜ୍ଞତା ଜଣାଇଛନ୍ତି, ବିଜେଡିର ତିନି ବିଧାୟକ ବ୍ୟୋମକେଶ ରାୟ, ପ୍ରଣବ ବଳବନ୍ତରାୟ ଓ ଦେବୀ ରଞ୍ଜନ ତ୍ରିପାଠୀ । ତେବେ ଆସନ୍ତା ୩୦ ତାରିଖ ସୁଦ୍ଧା ଗ୍ୟାସ ଦର ନ କମିଲେ(gas price) ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ବୋଲି ବିଜେଡି ପକ୍ଷରୁ କୁହାଯାଇଛି । ସାମ୍ବାଦିକ ସମ୍ମିଳନୀରେ ଦଳର ତିନି ବିଧାୟକ କହିଛନ୍ତି ଯେ, ବିଶ୍ବର କୌଣସି ଦେଶରେ କେବେବି ରନ୍ଧନ ଗ୍ୟାସ୍ ଦର ଏତେ ଦ୍ରୁତଗତିରେ ଏତେ ପରିମାଣରେ ବଢିନାହିଁ ।

bjd warns centre to reduce gas price before 30th november
Gas price: କେନ୍ଦ୍ରକୁ BJDର ଚେତାବନୀ, ୩୦ସୁଦ୍ଧା ଦର କମିଲେ ଜୋରଦାର ଆନ୍ଦୋଳନ

୨୦୧୪ରେ ଯେତେବେଳେ ଏହି ବିଜେପି(BJP) ସରକାର କେନ୍ଦ୍ରରେ କ୍ଷମତାକୁ ଆସିଲେ ସେତେବେଳେ ଗ୍ୟାସ ସିଲିଣ୍ଡରର ଦର ଥିଲା ୪୧୪ ଟଙ୍କା । ଗତ ୭ ବର୍ଷ ଭିତରେ ଦର ଦୁଇଗୁଣରୁ ଅଧିକ ବଢି ୯୩୦ ଟଙ୍କା ଛୁଇଁଲାଣି । COVID ଭଳି ମହାମାରୀ ସଙ୍କଟ ବେଳେ ପ୍ରତି ମାସରେ ୨୫/ ୫୦ / ୭୫ ଟଙ୍କା ପର୍ଯ୍ୟନ୍ତ ବଢାଯାଇ ସାଧାରଣ ଲୋକଙ୍କ ହାଣ୍ଡିଶାଳ ଉପରେ ମାଡ଼ କରାଯାଉଛି । ରନ୍ଧନ ଗ୍ୟାସର ଏଭଳି ଅହେତୁକ ଦରବୃଦ୍ଧି କରି କେନ୍ଦ୍ର ସରକାର ଗରିବ ଓ ମଧ୍ୟବିତ୍ତଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗି ଦେଇ ସାରିଲେଣି । ଲୋକେ ତ୍ରାହି ତ୍ରାହି ଡାକିଲେଣି ଓ ଏହାର ପ୍ରତିବାଦରେ ବିଜୁ ଜନତା ଦଳର ଡାକରାରେ ରାସ୍ତାକୁ ଓହ୍ଲାଇଲେଣି । ମାତ୍ର କେନ୍ଦ୍ର ସରକାରଙ୍କ ନିଦ ଭାଙ୍ଗୁ ନାହିଁ । ଓଲଟା ବିଜେପିର ରାଜ୍ୟ ନେତୃବୃନ୍ଦ ସରକାରକୁ ବଞ୍ଚାଇବା ଲାଗି ମିଛର ସାହାରା ନେଉଛନ୍ତି ।

ଉଦ୍ଭଟ ଓ ହାସ୍ୟାସ୍ପଦ ଯୁକ୍ତି ବାଢୁଛନ୍ତି । ଲୋକଙ୍କୁ ଭୁଆଁ ବୁଲାଇବାକୁ ଯାଇ କହୁଛନ୍ତି ଯେ, ଅନ୍ତର୍ଜାତୀୟ ବଜାରରେ ପ୍ରାକୃତିକ ଗ୍ୟାସ୍ ଓ ଅଶୋଧିତ ତୈଳର ମୂଲ୍ୟ ବୃଦ୍ଧି ଯୋଗୁଁ ଦେଶରେ ରନ୍ଧନ ଗ୍ୟାସ୍ ଦର ବଢୁଛି । ମାତ୍ର ବାସ୍ତବତା ହେଲା; ୨୦୧୪ରେ ଆନ୍ତର୍ଜାତୀୟ ବଜାରରେ ପ୍ରାକୃତିକ ଗ୍ୟାସର ଦର ୬ ଡଲାର/ ବିଟିୟୁ (ବ୍ରିଟିଶ୍ ଥର୍ମାଲ ୟୁନିଟ୍‌) ଥିଲାବେଳେ ଏବେ ତାହା ୫.୮ ଡଲାରକୁ କମିଯାଇଛି । ଠିକ୍ ସେମିତି ୨୦୧୪ରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ୍ ପିଛା ୮୬ ଡଲାର ଥିଲାବେଳେ ଏବେ ଏହା ୭୮ ଡଲାର ରହିଛି ।

ଉଭୟ ପ୍ରାକୃତିକ ଗ୍ୟାସ୍ ଓ ଅଶୋଧିତ ତୈଳର ଦର ଯଥାକ୍ରମେ ୧୫ ଓ ୧୦ ପ୍ରତିଶତ କମିଥିଲାବେଳେ ରନ୍ଧନ ଗ୍ୟାସ୍ ଦର ୧୨୩ % ବଢିବାର ଯଥାର୍ଥତା କେଉଁଠି ବୋଲି ବିଜେଡିର ତିନି ନେତା ପ୍ରଶ୍ନ କରିଛନ୍ତି । ଅନୁରୂପ ଭାବେ ଉଜ୍ଜଳା ଯୋଜନା ସଂପର୍କରେ ମଧ୍ୟ କେନ୍ଦ୍ର ସରକାର ଲୋକଙ୍କୁ ମିଛ ସଫଳତାର କାହାଣୀ ଶୁଣାଇ ଚାଲିଛନ୍ତି । ଏହି ଯୋଜନାକୁ ବହୁ ଆଡ଼ମ୍ବରରେ ଆରମ୍ଭ କଲାବେଳେ ସରକାର କେତେ ସ୍ବପ୍ନ ଦେଖାଇଥିଲେ । ଗରିବ ଓ ଅବହେଳିତ ବର୍ଗର ମହିଳାଙ୍କୁ ଆଉ ଚୁଲିମୁଣ୍ଡକୁ ଯାଇ ଧୂଆଁରେ ରୋଷେଇ କରିବାକୁ ପଡ଼ିବ ନାହିଁ ବୋଲି କହିଥଲେ । ମାତ୍ର ଗ୍ୟାସର ଦରବୃଦ୍ଧି ଯୋଗୁଁ ଉଜ୍ଜଳା ଯୋଜନାର ଅଧିକାଂଶ ହିତାଧିକାରୀ ମହିଳା ସିଲିଣ୍ଡରରେ ଗ୍ୟାସ୍ ଭର୍ତ୍ତି କରି ନପାରି ପୁଣି ଚୁଲିମୁଣ୍ଡକୁ ଫେରି ଯାଇଛନ୍ତି । ଏ ସବୁ ପ୍ରତିଶ୍ରୁତି ଯେ ଫମ୍ପା ଥିଲା, ତାହା ସେମାନେ ବୁଝି ସାରିଲେଣି । ତେଣୁ ଦଳମତ ର୍ନିବିଶେଷରେ ମହିଳାମାନେ ବି ହଜାର ହଜାର ସଂଖ୍ୟାରେ ରାସ୍ତାକୁ ଓହ୍ଲାଇଛନ୍ତି ।

ଆଗାମୀ ଦିନରେ ମହିଳାମାନେ ଏହାର ଉଚିତ ଜବାବ ଦେବେ । ବିଜୁ ଜନତା ଦଳ ସବୁବେଳେ ରାଜ୍ୟର ସାଢେ ଚାରି କୋଟି ଓଡ଼ିଆଙ୍କ ସ୍ବାର୍ଥରକ୍ଷା ପାଇଁ କାମ କରି ଆସୁଛି । ଏହି ପରିପ୍ରେକ୍ଷୀରେ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ଦଳ ପକ୍ଷରୁ ରାଜ୍ୟବ୍ୟାପୀ ବ୍ୟାପକ ଆନ୍ଦୋଳନର ଡାକରା ଦିଆଯାଇଥିଲା । ଚଳିତ ମାସ ୨୨, ୨୩, ୨୪ ଗତ ୩ ଦିନ ଧରି ଦଳ ପକ୍ଷରୁ ରାଜ୍ୟ ସାରା ଯେଉଁଭଳି ଭାବେ ମହିଳା, ଯୁବକ, ଛାତ୍ର ଓ ସାଧାରଣ ଜନତାଙ୍କ ପକ୍ଷରୁ ଏହି ଆନ୍ଦୋଳନକୁ ବିପୁଳ ସମର୍ଥନ ମିଳିଛି, ତାହା ଅଭୂତପୂର୍ବ । ଏଥିପାଇଁ ଆମେ ରାଜ୍ୟବାସୀଙ୍କୁ ପୁଣିଥରେ ଧନ୍ୟବାଦ ଜଣାଉଛୁ । ଏଥି ସହିତ କେନ୍ଦ୍ର ସରକାରକୁ ପୁଣିଥରେ ଚେତାବନୀ ଦେଉଛୁ କି ଯଦି ସରକାର ଆଗାମୀ ୩୦ ତାରିଖ ଭିତରେ ଗ୍ୟାସ୍ ଦର କମାଇବାକୁ ପଦକ୍ଷେପ ନ ନିଅନ୍ତି, ତେବେ ବିଜୁ ଜନତା ଦଳ ପକ୍ଷରୁ ସାରା ରାଜ୍ୟରେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.