ETV Bharat / city

‘ସବୁ କ୍ଷେତ୍ରରେ ମହିଳାଙ୍କୁ ସର୍ବାଧିକ ଗୁରୁତ୍ୱ ଦେଉଆସୁଛି BJP’

author img

By

Published : Jul 29, 2021, 10:37 PM IST

ଭାରତୀୟ ଜନତା ପାର୍ଟି ମହିଳାମାନଙ୍କୁ ସମସ୍ତ କ୍ଷେତ୍ରରେ ସର୍ବାଧିକ ଗୁରୁତ୍ବ ଦେଇଆସୁଛି । କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମହିଳାଙ୍କ ସଂଖ୍ୟା ଓ ଉପସ୍ଥିତି ଏହାର ଉଦାହରଣ ବୋଲି କହିଛନ୍ତି ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ । ଅଧିକ ପଢନ୍ତୁ...

‘ମହିଳାମାନଙ୍କୁ ସମସ୍ତ କ୍ଷେତ୍ରରେ ସର୍ବାଧିକ ଗୁରୁତ୍ୱ ଦେଉଆସୁଛି BJP’

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି ମହିଳାମାନଙ୍କୁ ସମସ୍ତ କ୍ଷେତ୍ରରେ ସର୍ବାଧିକ ଗୁରୁତ୍ବ ଦେଇଆସୁଛି । ମୋଦି ସରକାର ସର୍ବଦା ମହିଳାମାନଙ୍କ ବିକାଶକୁ ପ୍ରଧାନ୍ୟ ଦେଇ କାର୍ଯ୍ୟ କରିଆସୁଛି । ସଦ୍ୟ ସମ୍ପ୍ରସାରିତ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ଏହା ସ୍ପଷ୍ଟ ପ୍ରତିଫଳିତ ହୋଇଛି । ବର୍ତମାନ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ରେକର୍ଡ ସଂଖ୍ୟାରେ ମହିଳା ପ୍ରତିନିଧିତ୍ବ କରୁଛନ୍ତି । କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ୧୧ ଜଣ ମହିଳା ସ୍ଥାନ ପାଇଛନ୍ତି । ଏହା ନିଶ୍ଚିତ ଭାବେ ମହିଳା ସଶକ୍ତିକରଣରେ ଭଲ ନିଷ୍ପତ୍ତି ଓ ପଦକ୍ଷେପ ବୋଲି କହିଛନ୍ତି ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ।

ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଥିବା ସମସ୍ତ ୧୧ ଜଣ ମହିଳା ମନ୍ତ୍ରୀଙ୍କୁ ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ମହିଳା ମୋର୍ଚ୍ଚା ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ମହିଳା ମୋର୍ଚ୍ଚାର ରାଷ୍ଟ୍ରୀୟ ଅଧ୍ୟକ୍ଷା ଭାନତୀ ଶ୍ରୀନିବାସନଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସଭାପତି ଜେପି.ନଡ୍ଡା ଯୋଗ ଦେଇଥିଲେ । କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଥିବା ସମସ୍ତ ମହିଳା ମନ୍ତ୍ରୀମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଓଡିଶା ପ୍ରଦେଶ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ଏବଂ ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ସମ୍ପାଦିକା ଡ.ଐଶ୍ବର୍ଯ୍ୟା ବିଶ୍ବାଳ ଯୋଗ ଦେଇଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.