ଭୁବନେଶ୍ବର: ଆସନ୍ତା 31 ତାରିଖରେ ହେବାକୁ ଥିବା ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ୩ ରାଜନୈତିକ ଦଳ କସରତ ଆରମ୍ଭ କରିଛନ୍ତି । ରାଜନୈତିକ ମାହୋଲ ସରଗରମ ଥିବାବେଳେ ପ୍ରଚାର ପ୍ରସାର ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ପ୍ରଚାର କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ଆଜି(ରବିବାର) ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେପି ।
ବିଜେପି ବ୍ରଜରାଜନଗର ଉପନିର୍ବାଚନକୁ ନେଇ ଷ୍ଟାର ପ୍ରଚାରକ ଭାବରେ ୪୦ ଜଣଙ୍କୁ ଚୟନ କରିଛି । ଏହି ତାଲିକାରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି, ପୀୟୂଷ ଗୋୟଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ସାଂସଦ ଜୁଏଲ ଓରାମ ପ୍ରମୁଖ ସାମିଲ ହୋଇଛନ୍ତି । 5 ଜଣ କେନ୍ଦ୍ର ମନ୍ତ୍ରୀଙ୍କୁ ଏହି ତାଲିକାରେ ସାମିଲ କରାଯାଇଛି ।
ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ