ETV Bharat / city

ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ପ୍ରସଙ୍ଗ, ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ କହିଲା BJP

author img

By

Published : May 1, 2022, 10:09 PM IST

ଓଡ଼ିଶା ହାଇକୋର୍ଟର ସ୍ବତନ୍ତ୍ର ସ୍ଥାୟୀ ବେଞ୍ଚ ସ୍ଥାପନ ପ୍ରସଙ୍ଗ । ଏହି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ ବୋଲି କହିଛନ୍ତି ବିଜେପି ନେତା ପ୍ରଦୀପ ପୁରୋହିତ । ଅଧିକ ପଢନ୍ତୁ

ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ପ୍ରସଙ୍ଗ, ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ କହିଲା BJP
ହାଇକୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ପ୍ରସଙ୍ଗ, ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ କହିଲା BJP

ଭୁବନେଶ୍ବର: ଓଡ଼ିଶା ହାଇକୋର୍ଟର ସ୍ବତନ୍ତ୍ର ସ୍ଥାୟୀ ବେଞ୍ଚ ସ୍ଥାପନ ପ୍ରସଙ୍ଗ । ପୁଣି ଥରେ କେନ୍ଦ୍ର ଆଇନ ମନ୍ତ୍ରୀ ନିଜ ଆଡୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସମ୍ମତି ସହ ପୂର୍ଣ୍ଣାଙ୍ଗ ପ୍ରସ୍ତାବ ଦେବା ଲାଗି ଅନୁରୋଧ କରିବା ପରେ ସରଗରମ ହେଲା ରାଜନୀତି। ଏହି ପ୍ରସଙ୍ଗରେ ସରକାରଙ୍କ ଆନ୍ତରିକତା ନାହିଁ ବୋଲି ଅଭିଯୋଗ ଆଣିଛି ବିଜେପି।

ରାଜ୍ୟ ସରକାର ଓଡିଶାବାସୀଙ୍କୁ ଭୁଆଁ ବୁଲାଉଛନ୍ତି। ହାଇକୋର୍ଟ ବେଞ୍ଚ କେଉଁ ସ୍ଥାନରେ ପ୍ରତିଷ୍ଠା ହେବ ଏ ନେଇ 2018 ମସିହାରୁ କେନ୍ଦ୍ର ସରକାର ରାଜ୍ୟକୁ ଚିଠି ଦେଇଥିଲେ। ଜମି ଅଧିଗ୍ରହଣ କରି ମୁଖ୍ୟ ବିଚାରପତିଙ୍କ ସହ ଆଲୋଚନା କରି ସଠିକ ଭାବରେ କେନ୍ଦ୍ରକୁ ସୂଚନା ଦେବା ପାଇଁ ମଧ୍ୟ କୁହାଯାଇଥିଲା । ହେଲେ ସରକାର ଏପର୍ଯ୍ୟନ୍ତ ସ୍ପଷ୍ଟ ଉତ୍ତର ଦେଇପାରିନାହାନ୍ତି । ପଶ୍ଚିମାଞ୍ଚଳରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ବହୁତ ଦିନ ହେଲା ଦାବି ହେଇଆସୁଛି। ମୋଟାମୋଟି ଭାବେ କହିବାକୁ ଗଲେ ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ ବୋଲି ଅଭିଯୋଗ କରିଛନ୍ତି ବିଜେପି ନେତା ପ୍ରଦୀପ ପୁରୋହିତ ।

ଏହା ବି ପଢନ୍ତୁ- ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ: କେନ୍ଦ୍ର ଆଇନ ମନ୍ତ୍ରୀଙ୍କ ଚିଠି ପରେ ପ୍ରକ୍ରିୟା ଆରମ୍ଭ କଲା ରାଜ୍ୟ

ତେବେ ସୂଚନା ଥାଉ କି ଶିଥଳି ଯାଇଥିବା ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ବତନ୍ତ୍ର ସ୍ଥାୟୀ ବେଞ୍ଚ ସ୍ଥାପନ ପ୍ରସଙ୍ଗ ପୁଣି ଉଷ୍ମତା ଭରିଛି । କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜଜୁ ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିବା ପରେ ରାଜ୍ୟ ସରକାର ଏନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଓଡିଶା ଆଇନ ବିଭାଗର ଅଣ୍ଡର ସେକ୍ରେଟେରୀ ଦସ୍ମତ ମାରାଣ୍ଡି ଓଡିଶା ଉଚ୍ଚ ନ୍ୟାୟାଳୟର ସ୍ବତନ୍ତ୍ର ଅଧିକାରୀ ଓ ଗୃହ ବିଭାଗର ସଚିବଙ୍କୁ ଚିଠି ଲେଖିଛନ୍ତି । ସ୍ଥାୟୀ ବେଞ୍ଚ ସ୍ଥାପନ ପାଇଁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସମ୍ମତି ସହ ପୂର୍ଣ୍ଣାଙ୍ଗ ପ୍ରସ୍ତାବ ପଠାଇଲେ କେନ୍ଦ୍ର ସରକାର ଏନେଇ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବେ ବୋଲି ସେ ଚିଠିରେ ଦର୍ଶାଯାଇଛି ।

ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.