ଭୁବନେଶ୍ବର: ମମିତା ମେହେର ମୃତ୍ୟୁ ପ୍ରସଙ୍ଗରେ ସରଗରମ ରାଜ୍ୟ ରାଜନୀତି । ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପେଟନ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି ସହ ଘଟଣାର ସିବିଆଇ ତଦନ୍ତ ଦାବି କଲେ ବିରୋଧୀ ।
ଆଜି(ବୁଧବାର) ବିଜେପି ପକ୍ଷରୁ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସହ ବିଜେପି ବିଧାୟକଙ୍କ ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି । ରାଜ୍ୟପାଳଙ୍କ ପାଖରେ ବିଜେପି ଏହି ଘଟଣାର ସିବିଆଇ ତଦନ୍ତ ଦାବି କରିଛି ।
ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ