ଭୁବନେଶ୍ବର: କୋରୋନା ଲକ୍ଷଣ ଦେଖାଦେବା ପରେ ସମୀର ମହାନ୍ତି କୋରୋନା ଟେଷ୍ଟ କରିଥିଲେ । ବର୍ତ୍ତମାନ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏନେଇ ସମୀର ମହାନ୍ତି ଖୋଦ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି ।
ରାଜ୍ୟ ବିଜେପି ସଭାପତି ଇଂରାଜୀ ଓ ଓଡିଆ ଭାଷାରେ ଟ୍ବିଟ କରିଥିଲେ । ସେ ଟ୍ବିଟ କରି କହିଛନ୍ତି, ତାଙ୍କ ଠାରେ କୋରୋନାର ଲକ୍ଷଣ ଦେଖିବାକୁ ମିଳିଥିଲା । ଯାହାକୁ ନେଇ ସେ କୋଭିଡ ପରୀକ୍ଷା କରିଥିବାବେଳେ ରିପୋର୍ଟ ପଜିଟିଭ ଆସିଛି । ତେବେ ତାଙ୍କର ସ୍ବାସ୍ଥ୍ୟବସ୍ଥା ଠିକ ଥିବା ସେ କହିଛନ୍ତି । ଡାକ୍ତରଙ୍କ ପରାମର୍ଶ ଅନୁସାରେ ସେ, ଚିକିତ୍ସ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏଥିସହ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ ସଙ୍ଗରୋଧ ରହିବା ସହ ପରୀକ୍ଷା କରାଇ ନେବାକୁ ମହାନ୍ତି ପରାମର୍ଶ ଦେଇଛନ୍ତି ।
ସୂଚନାଯୋଗ୍ୟ, ପୂର୍ବରୁ ବହୁ ରାଜ୍ୟ ବିଜେପି ନେତା କୋରୋନା ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବିଧାୟକ ସୁକାନ୍ତ ନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ସୁରେଶ ପୂଜାରୀ। ମେ’ ୨୮ରେ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ ଦେଖାଯିବା ପରେ ସେ ଗୁରୁଗାଓଁର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ