ଭୁବନେଶ୍ବର : ମହିଳା ସୁରକ୍ଷା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ବିଜେପିର ଚିଠି ଅଭିଯାନ । 8 ହଜାର 567 ଡାକଘରୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ପଠାଇଲା ବିଜେପି । ଭୁବନେଶ୍ୱର ଜିଲ୍ଲା ବିଜେପି ପକ୍ଷରୁ ଭୁବନେଶ୍ୱର ରେଳ ଡାକ ସେବା କାର୍ଯ୍ୟାଳୟରେ ଚିଠି ପକାଇଲେ ବିଜେପି ନେତା ।
ମହିଳା ସୁରକ୍ଷା ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୋମୁହାଁ ଆଭିମୁଖ୍ୟ ସମ୍ପର୍କରେ ଅବଗତ କରିବା ପାଇଁ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ବିଜେପି ପକ୍ଷରୁ ଚିଠି ପଠାଯାଇଛି । ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ବିଜେପି ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ୱାଳ, ମୁଖପାତ୍ର ଦିଲ୍ଲୀପ ମଲ୍ଲିକ ଓ ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ ପ୍ରମୁଖ ଉପସ୍ଥିତ ରହି ଚିଠି ପୋଷ୍ଟ କରିଛନ୍ତି ।
ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ