ଭୁବନେଶ୍ବର: କେନ୍ଦ୍ର କୃଷିମନ୍ତ୍ରୀଙ୍କୁ ଭେଟିଛନ୍ତି ବିଜେପି ପ୍ରତିନିଧି ଦଳ। କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରଙ୍କୁ ଭେଟିବା ସହ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ରାଜ୍ୟରେ ବଞ୍ଚିତ ହୋଇଥିବା ୨୧ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରିବାକୁ କରିଛନ୍ତି ଦାବି ।
ଏହାସହ ଫନି କ୍ଷତିଗ୍ରସ୍ତ ନଡିଆ ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ମଧ୍ୟ ଦାବି କରିଛନ୍ତି ବିଜେପି ପ୍ରତିନିଧି ଦଳ। ଏନେଇ ମନ୍ତ୍ରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ରାଜ୍ୟ ଉପସଭାପତି ସମୀର ମହାନ୍ତିଙ୍କ ନେତୃତ୍ବରେ ଓଡିଶା ଗସ୍ତରେ ଥିବା କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରଙ୍କୁ ବିଜେପି ପ୍ରତିନିଧି ଦଳ ଭେଟିଛନ୍ତି ।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ